କନ୍ଦାଇଲା ବିଦାୟ ବେଳା

ଢେଙ୍କାନାଳ ଅଫିସ, ୭।୬ – ସମ୍ପର୍କ ଦିନ କେଇଟାର। ହାତଗଣତି ଭିତରେ ସମସ୍ତେ ବାନ୍ଧି ହୋଇଯାଇଥିଲେ ସମ୍ପର୍କ ଦଉଡ଼ିରେ। ଆଉ ଯେତେବେଳେ ଅତିଆପଣାର ସମ୍ପର୍କକୁ ବିଦାୟ ଦେବାର ବେଳଆସିଲା, ସେତେବେଳେ ଆଖିରୁ ଆପଣାଛାଏ ଝରିପଡ଼ିଲା ଲୁହ। ଶନିବାର ଏମିତି ଏକ ଭାବବିହ୍ବଳ ପରିବେଶ ଦେଖିବାକୁ ମିଳିଥିଲା ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ପୋରୁହଖୋଜ ପଞ୍ଚାୟତର ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ସଙ୍ଗରୋଧ କେନ୍ଦ୍ରରେ। ସଙ୍ଗରୋଧ ଅବଧି ସରିବା ପରେ ୧୩ଜଣ ପ୍ରବାସୀ ଶନିବାର ଏଠାରୁ ଘରକୁ ବାହୁଡ଼ିଛନ୍ତି। ସରପଞ୍ଚ ଶୁଭଦର୍ଶିନୀ ପରିଡ଼ା ସମସ୍ତଙ୍କୁ ଆମ୍ବଗଛ ଚାରା, ଚକୋଲେଟ୍‌ ଦେଇ ବିଦାୟ ଦେଇଥିଲେ।
ଏ ନେଇ ସରପଞ୍ଚ କୁହନ୍ତି, ପଞ୍ଚାୟତର ସଙ୍ଗରୋଧ କେନ୍ଦ୍ର କେବଳ ମହିଳାଙ୍କ ଲାଗି ଉଦ୍ଦିଷ୍ଟ। ପ୍ରବାସୀମାନେ ୧୦ଦିନ କ୍ୱାରାଣ୍ଟାଇନ୍‌ ଅବଧି ପୂରଣ କରିଛନ୍ତି। ସ୍ବାବ୍‌ ପରୀକ୍ଷା ରିପୋର୍ଟ ନେଗେଟିଭ୍‌ ଆସିବା ପରେ ସେମାନଙ୍କୁ ଘରକୁ ଛଡ଼ାଯାଇଛି। ଯିବା ବେଳକୁ ସେମାନଙ୍କୁ ଗଛ ଲଗାଇବାକୁ ଉତ୍ସାହିତ କରାଇ ଚାରା ଦିଆଯାଇଛି। ସରକାରୀ ନିର୍ଦ୍ଦେଶ ଅନୁଯାୟୀ ଆଉ ୭ଦିନ ହୋମ୍‌ କ୍ୱାରାଣ୍ଟାଇନରେ ରହିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri