କନ୍ଧନୟାଗଡ଼ରେ ପାଇଖାନା ଦୁର୍ନୀତିର ତଦନ୍ତ; ପ୍ରାରମ୍ଭରୁ ଦୁର୍ନୀତି ଚାପିବାକୁ ପ୍ରୟାସ, ଫସର ଫାଟିଲା ଜିଲାପାଳଙ୍କ ନିର୍ଦ୍ଦେଶ

ରଣପୁର,୭ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କନ୍ଧନୟାଗଡ ପଞ୍ଚାୟତରେ ସ୍ବଚ୍ଛ ଭାରତ ମିଶନରେ ନିର୍ମାଣ ହେଉଥିବା ପାଇଖାନା ଦୁର୍ନୀତିର ବୁଧବାର ତଦନ୍ତ ହୋଇଛି । ବ୍ଲକ କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର ନାଥ ସାହୁଙ୍କ ନେତୃତ୍ୱରେ ଏକ ୬ଜଣିଆ ଟିମ୍‌ ତଦନ୍ତ କରି ଫେରିଛନ୍ତି। ତେବେ ଟିମ୍‌ରେ ୪ ଜଣ ଦୁର୍ନୀତିଗ୍ରସ୍ତ କର୍ମଚାରୀ ସାମିଲ ଥିବାରୁ ତଦନ୍ତର ସ୍ବଚ୍ଛତା ନେଇ ଉଠିଛି ପ୍ରଶ୍ନ। ଯେଉଁମାନେ ଦୁର୍ନୀତିରେ ସମ୍ପୃକ୍ତ ଅଛନ୍ତି ସେମାନେ ତଦନ୍ତ ଦାୟିତ୍ୱରେ ଥିବାରୁ ପ୍ରାରମ୍ଭରୁ ଦୁର୍ନୀତି ଚାପିବାକୁ ପ୍ରୟାସ ଆରମ୍ଭ ହୋଇଛି। ଫଳରେ ଜିଲାପାଳ ଯେଉଁ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ତାହା ଫସର ଫାଟିଥିବା ଏଠାରେ ଆଲୋଚନା ହେଉଛି ।
ଅଭିଯୋଗ ଅନୁସାରେ ସ୍ବଚ୍ଛ ଭାରତ ମିଶନରେ ନିର୍ମାଣ ହେଉଥିବା ପାଇଖାନାରେ ୧୨ ହଜାର ଅନୁଦାନ ମିଳୁଛି । ତେବେ ଏଥିପାଇଁ ୩ରୁ ୪ହଜାର ଲାଞ୍ଚ ଦେବାକୁ ପଡୁଛି । ୩ରୁ ୪ ହଜାର ପିସି ଦେଇଥିବା ହିତାଧିକାରୀ ବିଲ୍‌ ପାଇ ସାରିଲେଣି । ଯେଉଁମାନେ ପିସି ଦେଉ ନାହାନ୍ତି ସେମାନେ ପାଇଖାନା ନିର୍ମାଣ ପରେ ବି ସରକାରୀ ଅନୁଦାନ ପାଉ ନାହାନ୍ତି। କନ୍ଧନୟାଗଡରେ ପ୍ରାୟ ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହରିଲୁଟ୍‌ ହୋଇ ସାରିଲାଣି । ଏହାର ତଦନ୍ତ ପାଇଁ ସ୍ଥାନୀୟ ଲୋକେ ରଣପୁର ବିଡିଓ, ଜିଲାପାଳଙ୍କୁ ଅବଗତ କରିଥିଲେ। ଅଭିଯୋଗ ପରେ ପାାଇଖାନାରେ ପିସି କାରବାରକୁ ସରପଞ୍ଚ ସ୍ବୀକାର କରି ବ୍ଲକ ଦୁଇ ହଜାର ଟଙ୍କା ନେଉଥିବା କହିଥିଲେ । ସରପଞ୍ଚଙ୍କ ପିସି ସ୍ବୀକାର ସମ୍ପର୍କରେ ଜିଲାପାଳଙ୍କୁ ପଚାରିବାରୁ ସେ ଉଚ୍ଚସ୍ତରୀୟ ତଦନ୍ତ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ। ତେବେ ଦୁର୍ନୀତିରେ ସମ୍ପୃକ୍ତ ଥିବା କର୍ମଚାରୀ ତଦନ୍ତ ଦାୟିତ୍ୱ ନେଇଥିବାରୁ ଅଭିଯୋଗକାରୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ କନ୍ଧନୟାଗଡ଼ରେ ପାଇଖାନା ଦୁର୍ନୀତି ଶୀର୍ଷକରେ ଗତ ୫ ତାରିଖରେ ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହା ପରେ ଜିଲାପାଳଙ୍କ ନିର୍ଦ୍ଦେଶରେ ବିଡିଓ ୬ଜଣିଆ କମିଟି ଗଠନ କରିବ ତଦନ୍ତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri