କନ୍ଧମାଳରୁ ରାଜଧାନୀକୁ ଗଞ୍ଜେଇ ଚୋରା ଚାଲାଣ

ଭୁବନେଶ୍ୱର,୩୧।୧(ବ୍ୟୁରୋ): କ୍ୟୁଏଟି ଏବଂ ନୟାପଲ୍ଲୀ ଥାନା ପୋଲିସ ମିଳିତ ଭାବେ ଗୁରୁବାର ଜୟଦେବ ବିହାର ଅଞ୍ଚଳରେ ଚଢାଉ କରି ଏକ କାର୍‌ରୁ ୩୩ କେଜି ଗଞ୍ଜେଇ ଜବତ କରିଛି। ଏଥିସହ ଏହି କାରବାରରେ ସମ୍ପୃୃକ୍ତି ଅଭିଯୋଗରେ ଗୋଟିଏ ପରିବାରର ୩ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳର ସତ୍ୟ ନାରାୟଣ ଦିଗଲ, ତାଙ୍କ ସ୍ତ୍ରୀ ପଦ୍ମା ଦିଗଲ ଏବଂ ପୁଅ କ୍ଲିଣ୍ଟନ ଦିଗଲ।
ମୁତାବକ, କନ୍ଧମାଳ ଜିଲାରୁ ଏକ କାର୍‌ (ନଂ. ଓଆର୍‌ ୦୨-ଏଏସ୍‌ ୦୧୪) ଯୋଗେ ରାଜଧାନୀକୁ ଗଞ୍ଜେଇ ଚୋରା ଚାଲାଣ ନେଇ କ୍ୟୁଏଟି ନିକଟରେ ଖବର ପହଞ୍ଚିଥିଲା। ନୟାପଲ୍ଲୀ ଥାନା ଅଞ୍ଚଳରେ ଉକ୍ତ ଗଞ୍ଜେଇ କାରବାର ଡିଲ୍‌ ହେବା ନେଇ ସୂଚନା ମିଳିବା ପରେ ଅଭିଯୁୁକ୍ତମାନଙ୍କୁ ଧରିବା ପାଇଁ ପୋଲିସ ଏବଂ କ୍ୟୁଏଟି ଟିମ୍‌ ମିଳିତ ଭାବେ ଜାଲ ବିଛାଇଥିଲେ। ଜୟଦେବ ବିହାର ବ୍ଲକ -୧ ଏବଂ ଡି-୨ ଅଞ୍ଚଳ ନିକଟରେ ଅଭିଯୁକ୍ତମାନେ ଡିଲ୍‌ କରିବା ନିମନ୍ତେ କାର୍‌ ପାର୍କ କରିବା ପରେ ପୋଲିସ ଅତର୍କିତ ଭାବେ ଚଢାଉ କରି ଉକ୍ତ ୩ ଅଭିଯୁକ୍ତଙ୍କୁ କାବୁ କରିନେଇଥିଲା। କାର୍‌କୁ ଯାଞ୍ଚ କରିବାରୁ ୩୩ କିଲୋ ୩୮୦ ଗ୍ରାମ୍‌ ଗଞ୍ଜେଇ ମିଳିଥିଲା। ଏଥିସହ ଅଭିଯୁକ୍ତମାନଙ୍କଠାରୁ ୩୨୦ ଟଙ୍କା, ୨ଟି ମୋବାଇଲ ଫୋନ ଜବତ କରାଯାଇଥିଲା। ପୋଲିସ ଏହି ୩ ଚାଲାଣକାରୀଙ୍କୁ ଗିରଫ କରିବା ସହ କାର୍‌ ଜବତ କରିଥିଲା। ଏ ନେଇ ନୟାପଲ୍ଲୀ ଥାନା ପୋଲିସ ଏନ୍‌ଡିପିଏସ୍‌ ଦଫା ୨୦ ବି ଅନୁଯାୟୀ ଏକ କେସ୍‌ (ନଂ. ୫୯/୨୦) ରୁଜୁ କରି ତଦନ୍ତ ଚଳାଇଛି। ଗଞ୍ଜେଇ ଚୋରା କାରବାରରେ ସମ୍ପୃୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ଲାଗି ପୋଲିସ ତନାଘନା ଚଳାଇଛି। ଗିରଫ ଅଭିଯୁକ୍ତମାନଙ୍କୁ ପଚରାଉଚରା ପରେ ଶୁକ୍ରବାର କୋର୍ଟ ଚାଲାଣ କରାଯିବ ବୋଲି ଥାନା ଅଧିକାରୀ ଅରୁଣ କୁମାର ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri