କନ୍ଧମାଳରେ ଆକ୍ରାନ୍ତ ସଂଖ୍ୟା ୨୫ ଛୁଇଁଲା

ଫୁଲବାଣୀ ଅଫିସ, ୬|୬ – କନ୍ଧମାଳ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ଗୁରୁବାର ସୁଦ୍ଧା ଜିଲାରେ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଶୁକ୍ରବାର ଆଉ ୩ ଜଣଙ୍କ ସ୍ବାବ୍‌ ନମୁନା ପଜିଟିଭ୍‌ ଆସିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏମାନଙ୍କୁ ମିଶାଇରେ ଜିଲାରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ଅନ୍ୟପକ୍ଷରେ ଶୁକ୍ରବାର ଗୋଟିଏ ଦିନରେ ୭ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଜିଲାରେ ୧୩ ଜଣ ସୁସ୍ଥ ହୋଇଥିବା ବେଳେ ବାକି ୧୨ ଜଣ ଚିକିତ୍ସାଧୀନ ଅଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଚିହ୍ନଟ ହୋଇଥିବା ୩ ସଂକ୍ରମିତଙ୍କ ମଧ୍ୟରେ ଜଣେ ପୁରୁଷ ଏବଂ ଦୁଇ ଜଣ ମହିଳା। ପୁରୁଷ ଜଣକ ତେଲଙ୍ଗାନାରୁ ଏବଂ ମହିଳାଦ୍ୱୟ ତାମିଲନାଡୁରୁ ଫେରି କ୍ୱାରାଣ୍ଟାଇନରେ ରହିଥିଲେ । ତେଣୁ କେହି ଭୟଭୀତ ହେବାର ଆଶଂକା ନାହିଁ । ସମସ୍ତଙ୍କୁ ଜିଲା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri