କନ୍ଧମାଳରେ ଲାଗୁ ହେଲା ୧୪୪ ଧାରା

ଫୁଲବାଣୀ ଅଫିସ, ୧୮ା୩ – ପ୍ରାଣଘାତୀ କରୋନା ଭୂତାଣୁ ଚାରିଆଡ଼େ ଆତଙ୍କ ଖେଳାଇଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଥିବା ବେଳେ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ମଙ୍ଗଳବାର ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍‌ ଡା.ବୃନ୍ଦା ଡି. ଏକ ବୈଠକ ଡାକି ଜିଲାରେ ୧୪୪ ଧାରା ଜାରି କରିଛନ୍ତି। ଏହି ଧାରା ଅନୁସାରେ ସମସ୍ତ ନିୟମ ପାଳନ କରିବାକୁ କୁହାଯାଇଛି।
ସାପ୍ତାହିକ ହାଟ, ନିଜ ଘର ବା ପରିବାର ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ୫ ଜଣରୁ ଅଧିକ ଏକତ୍ରିତ ହୋଇ ପାରିବେନାହିଁ। ଏହି ସମୟରେ ଯାନିଯାତ୍ରା, ଦଣ୍ଡନାଚ, ଅପେରା, ବିବାହ, ବ୍ରତ ଆଦି କାର୍ଯ୍ୟ ହେବନାହିଁ। କଲ୍ୟାଣ ମଣ୍ଡପରେ ଜନସମାଗମ ହେବା ଭଳି କୌଣସି କାର୍ଯ୍ୟ କରାଯିବ ନାହିଁ। ସେହିପରି ରାଲି, ଆନ୍ଦୋଳନ ବନ୍ଦ ରହିବ। ସମସ୍ତ ହୋଟେଲ ଯେଉଁଠି ଲୋକେ ରହୁଛନ୍ତି, ସେଠାରେ ହ୍ୟାଣ୍ଡ ୱାଶ୍‌, ସାନିଟାଇଜର ଓ ପୃଥକୀକରଣ କକ୍ଷ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏସ୍‌ପି, ଉପଖଣ୍ଡସ୍ତରୀୟ ମାଜିଷ୍ଟ୍ରେଟ, ଆଇଆଇସି ନିଜ ଅଞ୍ଚଳରେ ନଜର ରଖିବେ। ଯେଉଁମାନେ ୧୪୪ ଧାରାର ଆଦେଶକୁ ଉଲ୍ଲଂଘନ କରିବେ ସେମାନଙ୍କ ବିରୋଧରେ ଆଇନ ଅନୁସାରେ ଅଭିଯୋଗ ଦାଖଲ କରାଯିବ। କେହି କୌଣସି ଗୁଜବ ସୃଷ୍ଟି କରି ପାରିବେ ନାହିଁ। ଏହି ଆଦେଶକୁ କୋର୍ଟ ରବ୍ଦ ନ କରିବା ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି କୁହାଯାଇଛି। ଖବରଦାତା ସମ୍ମିଳନୀରେ ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁ, ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ. ରାଜଶ୍ରୀ ପଟ୍ଟନାୟକ ଓ ଆଇଏଏସ୍‌ ପ୍ରୋବେଶନର ଡା. ଶୁଭଙ୍କର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୪(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୪ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri