କନ୍ଧମାଳରେ ୧୪୪ ଧାରା: ପର୍ଯ୍ୟଟକଙ୍କୁ ଦାରିଙ୍ଗବାଡ଼ି ମନା

ଦାରିଙ୍ଗବାଡି,୧୭।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ଭୂତାଣୁ ବ୍ୟାପିବାକୁ ରୋକିବା ନିମନ୍ତେ ସତର୍କ ରହିବାକୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ମଙ୍ଗଳବାର କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ଜିଲାରେ ୧୪୪ ଧାରା ଘୋଷଣା କରିଛନ୍ତି । କୌଣସି ସ୍ଥାନରେ ଭିଡ ନ କରିବା ସହ ୫ ଜଣରୁ ଊର୍ଦ୍ଧ୍ୱ ଲୋକ ଜମାହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିର୍ଦ୍ଦେଶନାମା ଜାରି କରିଛନ୍ତି । ଜିଲାପାଳଙ୍କ ନିର୍ଦ୍ଦେଶ ପରେ ଦାରିଙ୍ଗବାଡି ତହସିଲଦାର ତଥା ଏକଜୁଟିଭ ମାଜିଷ୍ଟେଟ ନିତିଶ କୁମାର ତ୍ରିପାଠୀ, ଆଇଆଇସି କୌଶିକ ମାଝୀ ସଦଳବଳେ କଫି ବଗିଚା ସମେତ ମିଡିୟୁବାନ୍ଦା ଜଳପ୍ରପାତରେ ପହଞ୍ଚି ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ କେବଳ ଧରିତ୍ରୀରେ ଖବର ପ୍ରକାଶିତ ପରେ ଜିଲା ପ୍ରଶାସନର ୧୪୪ଧାରା ଜାରି କରି ଏକ ବଡ ପଦକ୍ଷେପ ନିଆଯାଇଥିବା କୁହାଯାଉଛି। ସେହିପରି ମାଜିଷ୍ଟେଟ ତ୍ରୀପାଠୀ ପୋଲିସ ନେଇ ଦାରିଙ୍ଗବାଡିର ସମସ୍ତ ହୋଟେଲରେ ପହଞ୍ଚି ଆଉ ନୂତନ ପର୍ଯ୍ୟଟକଙ୍କୁ ହୋଟେଲରେ ନ ରଖିବା ଏବଂ ଭିଡ ନ କରିବାକୁ ହୋଟେଲ ମାଲିକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?