କନ୍ଧମାଳ-ଗଞ୍ଜାମ ସୀମା ସିଲ୍‌ : ୩୬ ଜଣ ଯାତ୍ରୀ ନେଇ ଆସୁଥିବା ଗାଡ଼ି ଜବତ, ଚାଳକ, ହେଲ୍‌ପର ଗିରଫ

ଦାରିଙ୍ଗବାଡ଼ି,୧।୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣ ପ୍ରତିହତ ପାଇଁ ପ୍ରଶାସନ ପକ୍ଷରୁ ଲକ୍‌ଡାଉନକୁ କଡ଼ାକଡ଼ି ପାଳନ କରାଯାଇଛି। ମଙ୍ଗଳବାର ଠାରୁ କନ୍ଧମାଳ-ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥର ଡବେରୀଠାରେ ସୀମାକୁ ସିଲ୍‌ କରିଦିଆଯାଇଛି। ସେଠାରେ ଦାରିଙ୍ଗବାଡି ପୋଲିସ ପକ୍ଷରୁ କଡା ପ୍ରହରା ଦିଆଯାଉଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏକ ମିନି ଟ୍ରାଭଲର୍ସ (ନଂ.ଓଡି୦୨ଏମ୍‌-୧୪୭୫)ରେ ୩୬ ଜଣ ଯାତ୍ରୀ ଆସୁଥିବାବେଳେ ପୋଲିସ ଗାଡିକୁ ଅଟକାଇଥିଲା। ଯାଞ୍ଚପରେ ନଂ. ୪୪/୨୦ରେ ମାମଲା ରୁଜୁକରି ଚାଳକ ଗଞ୍ଜାମ ଜିଲା ତାରସିଂ ଗ୍ରାମର ମହେନ୍ଦ୍ର ବେହେରା ଏବଂ ହେଲ୍‌ପର ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା କୁମଣ୍ଡ ଗ୍ରାମର ପିଣ୍ଟୁ ଦାସଙ୍କୁ ଗିରଫ କରାଯାଇଥିବା ଆଇଆଇସି କୌଶିକ ମାଝୀ କହିଛନ୍ତି।
ପ୍ରକାଶ ଯେ, ଭୁବନେଶ୍ୱର ସାଲିଆସାହିରେ ଦାରିଙ୍ଗବାଡ଼ି ଥାନା ଦାସିଂବାଡି ଏବଂ ଡଙ୍ଗାମାଲା ଅଞ୍ଚଳର ୩୪ ଜଣ କାମ କରୁଥିଲେ। ଲକ୍‌ଡାଉନ ଯୋଗୁ ସେମାନେ ଚାଳକ ଓ ହେଲପରଙ୍କୁ ମିଶାଇ ମୋଟ ୩୬ ଜଣ ଏହି ଗାଡିରେ ଦାରିଙ୍ଗବାଡ଼ି ଫେରୁଥିଲେ। ତେବେ ଭୁବନେଶ୍ୱରରୁ ବାହରିଥିବା ଏହି ଟ୍ରାଭଲର୍ସର ପାସ ରହିଥିବାବେଳେ ଏହାର ଫାଇଦା ନେଇ ଚାଳକ ଅଧିକା ଯାତ୍ରୀ ନେଇ ଦାରିଙ୍ଗବାଡ଼ିରେ ପହଞ୍ଚତ୍ଥିଲେ। ଯାତ୍ରୀ ମାନଙ୍କୁ ଡବେରୀ ଠାରେ ଏକ ବିଦ୍ୟାଳୟରେ ରଖି ରାତିରେ ଖାଇବାକୁ ଦେଇ ରଖାଯିବା ସହ ସ୍ବାସ୍ଥ୍ୟପରୀକ୍ଷା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri