କନ୍ଧମାଳ ଜିଲା କମ୍ପ୍ୟୁଟର ଶିକ୍ଷକ ସଂଘର ଆନ୍ଦୋଳନ ଚେତାବନୀ

ବାଲିଗୁଡ଼ା,୨୨।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ନିକଟସ୍ଥ ସାରଙ୍ଗଡ଼ସ୍ଥିତ ସଦ୍‌ଭାବନା ଗୃହ ପରିସରରେ ଜିଲା ଆଇସିଟି ବିଦ୍ୟାଳୟ ସଂଯୋଜକ ସଂଘ ତଥା କମ୍ପ୍ୟୁଟର ଶିକ୍ଷକ ସଂଘର ସଭାପତି ବିନୋଦ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାର ସମସ୍ତ କମ୍ପ୍ୟୁଟର ଶିକ୍ଷକ ଉପସ୍ଥିତ ରହି ଚଳିତ ଶିକ୍ଷାବର୍ଷ ଆରମ୍ଭରୁ ନବମ ଓ ଦଶମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ କମ୍ପ୍ୟୁଟର ଶିକ୍ଷାରୁ ବଞ୍ଚତ୍ତ କରାଯାଇଥିବା ବିଷୟ ପ୍ରକାଶ କରିଥିଲେ। ଜିଲାରେ ଥିବା ୫୭ଟି ସରକାରୀ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ସମସ୍ତ ବିଦ୍ୟାଳୟର କମ୍ପ୍ୟୁଟର ଶିକ୍ଷକଙ୍କ ନବୀକରଣ ହୋଇ ନ ଥିବାରୁ କମ୍ପ୍ୟୁଟର ଶିକ୍ଷାରୁ ଛାତ୍ରୀଛାତ୍ରମାନେ ସମସ୍ତ ଅନ୍‌ଲାଇନ କାର୍ଯ୍ୟକ୍ରମ ମଧ୍ୟ ବାଧାପ୍ରାପ୍ତ ହୋଇଥିବା ବୈଠକରେ ମତ ପ୍ରକାଶ ପାଇଥିଲା। ଗତ ୫ବର୍ଷ ଧରି କାର୍ଯ୍ୟରତ ଥିବା କମ୍ପ୍ୟୁଟର ଶିକ୍ଷକଙ୍କର ବର୍ତ୍ତମାନ ଆଇସିଟି ପ୍ରୋଜେକ୍ଟର ଅବଧି ଶେଷ ହୋଇଥିବାରୁ ତାହାର ନବୀକରଣ କରିବାରେ ରାଜ୍ୟ ସରକାର କାଳକ୍ଷେପଣ ନୀତି ଅବଲମ୍ବନ କରୁଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏଣୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଆସନ୍ତା ୨୫ ତାରିଖ ସୁଦ୍ଧା କୌଣସି ପ୍ରକାରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜରାସ୍ତାକୁ ଓହ୍ଲାଇବା ସହ ଆନ୍ଦୋଳନକୁ ଜୋର୍‌ଦାର କରାଯିବ ବୋଲି ସଂଘର ସଭାପତି ପାଣିଗ୍ରାହୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?