ରାସଗୋବିନ୍ଦପୁର,୭।୨(ଡି.ଏନ.ଏ)- ରାସଗୋବିନ୍ଦପୁର ବ୍ଲକ ଅଧୀନ ଦେବଶୋଳସ୍ଥିତ କନ୍ୟାଶ୍ରମର ଜଣେ ଆଦିବାସୀ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ରାସଗୋବିନ୍ଦପୁର ପେସା କମିଟି ପକ୍ଷରୁ ରାସ୍ତାରୋକ କରାଯାଇଥିଲା। ସାମାନ୍ୟ ଥଣ୍ଡାଜ୍ୱରରେ ଆକ୍ରାନ୍ତ ହୋଇଥିବା ଆଶ୍ରମ ସ୍କୁଲରେ ୭ମ ଶ୍ରେଣୀରେ ଅଧ୍ୟୟନରତ ଉକ୍ତ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁର ସଠିକ ତଦନ୍ତ କରାଯିବା, ଶରୀର ଅସୁସ୍ଥ ଥିବା ସମ୍ପର୍କରେ ପରିବାର ଲୋକଙ୍କୁ କୌଣସି ସୂଚନା ନ ଦେଇ ମୃତ୍ୟୁ ହେବାପରେ ଖବର ଦିଆଯିବା ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାର ପରିଚୟ ବୋଲି ଆନ୍ଦୋଳନକାରୀ ପ୍ରକାଶ କରଥିଲେ। ଏତଦବ୍ୟତୀତ କର୍ତ୍ତବ୍ୟରେ ଅବହେଳା କରିଥିବା କର୍ତ୍ତୃପକ୍ଷଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାଯର୍ର୍ୟାନୁଷ୍ଠାନ ଗ୍ରହଣ କରାଯିବା ଆଦି ଦାବି ନେଇ ପେସା ବ୍ଲକ କମିଟି ପକ୍ଷରୁ ପୂର୍ବାହ୍ନ ୧୦ଟାରୁ ବାରିପଦା-ଅମର୍ଦ୍ଦାରୋଡ ମୁଖ୍ୟରାସ୍ତାର ଦେବଶୋଳଠାରେ ରାସ୍ତା ଅବରୋଧ କରାଯାଇଥିଲା। ଫଳରେ ଯାତାୟତ ସମ୍ପୂର୍ଣ୍ଣ ବ୍ୟାହତ ହୋଇପଡ଼ିଥିଲା। ଖବରପାଇ ରାସଗୋବିନ୍ଦପୁର ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ପଲେଇ, ସେକେଣ୍ଡ ଅଫିସର ଅଜୟକୁମାର ରାଉଳ, ଏଏସଆଇ ପ୍ରକାଶକୁମାର ନାୟକ, ଅତିରିକ୍ତ ତହସିଲଦାର ପ୍ରଭାତକୁମାର ମହାପାତ୍ର, ବ୍ଲକ ମଙ୍ଗଳ ଅଧିକାରୀ ହରପ୍ରିୟା ସାମଲ, ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ ବିଜୟକୁମାର ନାୟକ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିଲେ। ରାସ୍ତା ଉପରେ ମୃତଦେହ ରଖି ଧାରଣାରେ ବସିିଥିବା ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ଶବସତ୍କାର ପାଇଁ ରେଡକ୍ରସ ପାଣ୍ଠିରୁ ୧୦ହଜାର ଟଙ୍କା ମୃତ ଛାତ୍ରୀଙ୍କ ପିତାଙ୍କୁ ପ୍ରଦାନ କରାଯାଇଥିଲା। ପେସା କମିଟି ପକ୍ଷରୁ କରାଯାଇଥିବା ଦାବିଗୁଡିକ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ଆସନ୍ତା ୧୫ଦିନ ମଧ୍ୟରେ ତଦନ୍ତ କରାଯାଇ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅତିରକ୍ତ ଜିଲା ସମାଜ ମଙ୍ଗଳ ଅଧିକାରୀ ପ୍ରତିଶୁ୍ରତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା। ପେସା ବ୍ଲକ କମିଟି ସମ୍ପାଦକ ସୁରେନ୍ଦ୍ର ସୋରେନ, ଦୁର୍ଗାଚରଣ ମାରାଣ୍ଡି, ଛୋଟରାୟ ହେମ୍ବ୍ରମ, ଧନୁ ହାଁସଦା, ଲକ୍ଷ୍ମଣ ମୁର୍ମୁ୍ର, ପଞ୍ଚୁ ଟୁଡୁ ପ୍ରମୁଖ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…
ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…
ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍
ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…
ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ
ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…
ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ
ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…
ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…
ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…
ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ
ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…
ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ
ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…
ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ
ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…
Archives

