କନ୍ୟା ସନ୍ତାନ ଜନ୍ମଦେଲେ ସ୍ବତନ୍ତ୍ର ଶ୍ରମିକ ଟ୍ରେନରେ ଫେରୁଥିବା ପ୍ରବାସୀ ମହିଳା

ରାୟଗଡ଼ା ଅଫିସ,୧୩।୬: ଦକ୍ଷିଣ ଭାରତରୁ ଶ୍ରମିକ ସ୍ପେଶାଲ ଟ୍ରେନ ଯୋଗେ ଫେରିବାରେ ଲାଗିଛନ୍ତି ପ୍ରବାସୀ। ଶୁକ୍ରବାରଠାରୁ ଶନିବାର ସକାଳ ପର୍ଯ୍ୟନ୍ତ ୬ଟି ସତନ୍ତ୍ର ଟ୍ରେନରେ ବିଭିନ୍ନ ଜିଲାରୁ ପ୍ରାୟ ୭୭୬ ଜଣ ପ୍ରବାସୀ ରାୟଗଡ଼ାରେ ପହଞ୍ଚିଛନ୍ତି । ଶ୍ରମିକ ଟ୍ରେନ (୦୭୭୪୮)ରେ ଆସୁଥିବା ଏକ ଗର୍ଭବତୀ ମହିଳା ଯନ୍ତ୍ରଣା ଅନୁଭବ କରିବାରୁ ସେଠାରେ ଉପସ୍ଥିତ ଥିବା ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ଏବଂ ଉପଜିଲାପାଳ ପ୍ରତାପଚନ୍ଦ୍ର ପ୍ରଧାନ ତୁରନ୍ତ ଆମ୍ବୁଲାନ୍ସ ଡ଼କାଇ ତାଙ୍କୁ ସ୍ଥାନୀୟ ମୁଖ୍ୟ ଡାକ୍ତରଖାନରେ ଭର୍ତ୍ତି କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଉକ୍ତ ମହିଳା ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଉଭୟ ମା’ ଛୁଆ ସୁସ୍ଥ ଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରବାସୀଙ୍କ ମଧ୍ୟରୁ କେବଳ ନବରଙ୍ଗପୁର ଜିଲାର ୬୦୨ ଜଣ ଥିବା ବେଳେ ରାୟଗଡା ଜିଲାର ୧୮ଜଣ, କନ୍ଧମାଳ ଜିଲାର ୬ ଜଣ ଓ କୋରାପୁଟ ଜିଲାର ୨ଜଣ ପ୍ରବାସୀ ଶ୍ରମିକ ମିଶି ମୋଟ ୭୭୬ଜଣ ପ୍ରବାସୀ ଦୁଇଦିନରେ ଫେରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri