କପଡ଼ା ଘେର ଭିତରେ ଉତ୍କଳମଣି

ପୁରୀ ଅଫିସ,୧୫।୯: କିଛିଦିନ ତଳେ ମେଘନାଦ ପାଚେରି କଡରୁ ସମସ୍ତ ନିର୍ମାଣକୁ ପ୍ରଶାସନ ଉଚ୍ଛେଦ କରିଥିଲା। ତେବେ ଏହି ଉଚ୍ଛେଦ ବେଳେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା। ପ୍ରଶାସନ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ପାଇଁ ନିଷ୍ପତ୍ତି ନେଇଥିବାବେଳେ ଏହାକୁ ଗୋପବନ୍ଧୁପ୍ରେମୀ ବିରୋଧ କରିଥିଲେ। ବାରମ୍ବାର ପ୍ରତିମୂର୍ତ୍ତି ସ୍ଥାନାନ୍ତରକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ପ୍ରଶାସନ ଶେଷରେ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଛାତରୁ ଗୋପବନ୍ଧୁଙ୍କୁ ସ୍ଥାନାନ୍ତର କରି ରାମଦୟା ପରିଷଦ ଏବଂ ବଡ଼ଛତା ମଠ ମଝିରେ ଏକ ପିଣ୍ଡି ଗଢି ସ୍ଥାପନ କରିଛି। କିନ୍ତୁ ଶନିବାର ଏହି ମହାନ ପୂଜ୍ୟପୂଜାଙ୍କୁ କପଡ଼ା ଘେର ଭିତରେ ରଖାଯାଇଥିବା ଦେଖିବାକୁ ମିଳିଥିଲା। ସନ୍ଧ୍ୟାରେ ବଡ଼ଛତା ମଠ ସମ୍ମୁଖରେ ଇନ୍ଦ୍ର, ଚନ୍ଦ୍ର ଓ ଗୋବିନ୍ଦ ବନ୍ଦାପନା ନୀତି ଚାଲିଥିବାବେଳେ ଗୋପବନ୍ଧୁଙ୍କ ମୂର୍ତ୍ତି ଥିବା ପିଣ୍ଡିକୁ ସମ୍ପୂର୍ଣ୍ଣ ଭାବେ କପଡ଼ାରେ ଘୋଡାଇ ଦିଆଯାଇଥିଲା। ଏ ନେଇ ଅନେକ ଅସନ୍ତୋଷ ବ୍ୟକ୍ତ କରିଥିଲେ। ତେବେ ଠାକୁରଙ୍କ ନୀତି ପାଇଁ ପିଣ୍ଡିରେ ଏଭଳି କପଡ଼ା ଆଚ୍ଛାଦିତ କରାଯାଇଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାରୁତି କଲ୍ୟାଣ ମଣ୍ଡପରେ ନିଅଁ।

ଫୁଲବାଣୀ ଅଫିସ, ୨୮ା୪-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ହାଟପଦାରେ ଥିବା ବେଆଇନଭାବେ  ଗଢି ଉଠିଥିବା ମାରୁତି କଲ୍ୟାଣ ମଣ୍ଡପରେ ଶନିବାର ପୂର୍ବାହ୍ନରେ ନିଅଁ।  ଲାଗିଛି । ...

ଥାନାରୁ ୨ ଥର ଚମ୍ପଟ ମାରିଲେ ଅଭିଯୁକ୍ତ

କୁଜଙ୍ଗ, ୭।୩ (ଡି.ଏନ୍‌.ଏ.): ଟାଓ୍ବାରରୁ ବ୍ୟାଟେରି ଚୋରି ଅଭିଯୋଗରେ କୁଜଙ୍ଗ ପୋଲିସ ଗତ ବୁଧବାର ଗିରଫ କରିଥିବା ଜଣେ ଅଭିଯୁକ୍ତ ଥାନାରୁ ଦୁଇ ଥର ଚମ୍ପଟ...

ଓଡ଼ିଶାରେ ଅରୁଣାଚଳ ପ୍ରଦେଶ ମଦ: କିଣୁଛନ୍ତିି ପଚାଶରେ, ବିକ୍ରି ଦେଢ଼ଶହ

ଅନୁଗୋଳ ଅଫିସ୍‌, ୧୯ା୭: ଅରୁଣାଚଳ ପ୍ରଦେଶରୁ ଚୋରା ମଦ ଆଣି ଅନୁଗୋଳରେ ପସରା ମେଲାଇଛନ୍ତି ମାଫିଆ। ୫୦ ଟଙ୍କାରେ କିଣି ବେପାରୀଙ୍କୁ ସେହି ମଦ ଦେଢଶହରୁ ଊର୍ଦ୍ଧ୍ୱ...

CORONAVIRUS UPDATE: ରାଜ୍ୟରେ ୧୬୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଗୁରୁବାର ସକାଳେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି...

ବଟି ପାଇଁ କ୍ରଶର ମ୍ୟାନେଜରଙ୍କୁ ଗୁଳି

କୋରାପୁଟ,୭ା୧୧(ସ୍ବ.ପ୍ର.): କୋରାପୁଟ ଜିଲା ମାଛକୁଣ୍ଡ ଥାନା ସିଲପଣ୍ଡି ଗ୍ରାମସ୍ଥିତ ଏସ୍‌ଇପିଏଲ କ୍ରଶର ୟୁନିଟରେ ଟଙ୍କା ଆଦାୟ କରିବାକୁ ଯାଇ ବୁଧବାର ରାତିରେ ସେଠାକାର ମ୍ୟାନେଜରଙ୍କୁ ଗୁଳି...

ଦିଲ୍ଲୀରୁ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଗିରଫ

ଭୁବନେଶ୍ୱର,୧୪।୯ (ବ୍ୟୁରୋ): ଆୟକର ଟିକସ ରିଫଣ୍ଡ୍‌ ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଦିଲ୍ଲୀ ଏନ୍‌ସିଆର୍‌ ଅଞ୍ଚଳରୁ ଜଣେ ଚାର୍ଟାଡର୍ର୍ ଆକାଉଣ୍ଟାଣ୍ଟ୍‌(ଇଣ୍ଟରମିଡିଏଟ)ଙ୍କୁ ଗିରଫ...

ମାଧପୁରରେ ହାତୀ ଉପଦ୍ରବ: ଘଉଡ଼ାଇବାକୁ ଦାବି

ମାଧପୁର,୯।୨: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ରବିବାର ଭୋର ପର୍ଯ୍ୟନ୍ତ ଅଞ୍ଚଳର ବିଭିନ୍ନ ସ୍ଥାନରେ ହାତୀ ଉପଦ୍ରବ...

କଅଁଳ କାନ୍ଧରେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର: ଅସୁସ୍ଥ ମା’-ବାପାଙ୍କ ପାଇଁ କିଣିହେଉନି ଔଷଧ

କଟକ ଅଫିସ,୭।୬: ତେର ବର୍ଷର ବାଳକ ରାଜରୋଶନ ଠାକୁର। ପଢ଼ାବହି ବଦଳରେ ତାଙ୍କ କାନ୍ଧରେ ଏବେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର। ୨ବର୍ଷ ହେବ ନିଜ...

Advertisement
Archives

Model This Week