କପିଲ ଶର୍ମାଙ୍କ ଘରେ ଲାଗିଲା ନିଆଁ

ମୁମ୍ବାଇ,୧୯।୭: କମେଡି କିଙ୍ଗ କପିଲ ଶର୍ମାଙ୍କ ମୁମ୍ବାଇ ସ୍ଥିତ ଫ୍ଲାଟରେ ଗୁରୁବାର ମଧ୍ୟାହ୍ନରେ ନିଆଁ ଲାଗି ଯାଇଥିବା ଖବର ମିଳିଛି। ଏଥିରେ କେହି ମୃତାହତ ହୋଇ ନ ଥିବା ବେଳେ ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। କୁହାଯାଉଛି କି ରୋଷେଇ ଘରୁ ପ୍ରଥମେ ନିଆଁ ବାହରୁ ଥିବା ଦେଖି ପଡୋଶୀ ତୁରନ୍ତ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ ପହଞ୍ଚି ମାତ୍ର ଅଧଘଣ୍ଟା ମଧ୍ୟରେ ନିଆଁକୁ ଆୟତ୍ତ କରି ନେଇଥିଲେ। ଏହି ୭ ମହଲା ଫ୍ଲାଟର ୪ର୍ଥ ମହାଲାରେ କପିଲ ରହୁଥିଲେ। ତେବେ କପିଲ ଶର୍ମା କିଛିଦିନ ତଳେ ଏହି ଘର ଖାଲି କରି ନିକଟରେ ଥିବା ତାଙ୍କର ଆଉ ଏକ ଘରକୁ ଚାଲି ଯାଇଥିଲେ। ତେଣୁ ଘରଟି ସମ୍ପୂର୍ଣ୍ଣ ଖାଲି ଥିବାରୁ ଧନ ଜୀବନ ହାନୀ ହୋଇ ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri