କପିଳାସ ପୀଠରେ ୩୦ହଜାର ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ, ୨।୧ – ଇଂଲିଶ ନବବର୍ଷର ବୁଧବାର ଥିଲା ପ୍ରଥମ ଦିନ। ଏହାକୁ ନେଇ ସବୁଠି ଦେଖାଦେଇଥିଲା ବିପୁଳ ଉତ୍ସାହ। ପରିବାର, ସାଙ୍ଗସାଥୀଙ୍କ ଶୁଭମନାସି ଦିଅଁ ଦର୍ଶନରୁ ଆରମ୍ଭ ହୋଇଥିଲା ସକାଳ।
ନବବର୍ଷ ଉପଲକ୍ଷେ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ପ୍ରବଳ ଜନସମାଗମ ହୋଇଥିଲା। ୩୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖରଜୀଉ ଏବଂ ମାତା ପାର୍ବତୀଙ୍କୁ ଦର୍ଶନ କରିଥିଲେ। ଠାକୁରଙ୍କ ଦର୍ଶନ ପାଇଁ ଦିନ ତମାମ ମନ୍ଦିର, ପାହାଚ ରାସ୍ତା, ଘାଟିରାସ୍ତାରେ ଲମ୍ବା ଧାଡ଼ି ଲାଗିଥିଲା। ଶୃଙ୍ଖଳିତ ଦର୍ଶନ ପାଇଁ ଦେବୋତ୍ତର ବିଭାଗ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଥିଲା। ବହୁସଂଖ୍ୟାରେ ଶ୍ରଦ୍ଧାଳୁ ପ୍ରସାଦ ସେବନ ମଧ୍ୟ କରିଥିଲେ। ଉପଜିଲାପାଳ ତଥା ଜିଲା ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ପୀଠରେ ଠାକୁରଙ୍କୁ ଦର୍ଶନ କରିଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସଶସ୍ତ୍ର ପୋଲିସ ମୁତୟନ କରାଯାଇଥିଲା। ସେହିପରି ଦିଅଁ ଦର୍ଶନ ପରେ ଅନେକେ କପିଳାସ ପାଦ ଦେଶରେ ବଣଭୋଜି କରି ମଜା ନେବା ସହ ଚିଡ଼ିଆଖାନା, ବିଜ୍ଞାନ ଉଦ୍ୟାନ ବୁଲି ଦେଖିଥିଲେ। ସେହିପରି ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟା, ଶ୍ରୀବଳରାମ ପୀଠ, ମା’ ବ୍ରହ୍ମାୟଣୀ ଦେବୀ, ଦକ୍ଷିଣକାଳୀ ମନ୍ଦିର, ଶ୍ୟାମାଚରଣପୁରସ୍ଥିତ ସାଇ ଶ୍ରୀକ୍ଷେତ୍ରରେ ମଧ୍ୟ ନବବର୍ଷ ଉପଲକ୍ଷେ ପ୍ରବଳ ଗହଳି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାତୀକୁ ଫାର୍ମହାଉସରେ ପୋତିଥିଲେ: ପଡ଼ିଗଲେଧରା, ଗଲେ ଜେଲ୍

ଢେଙ୍କାନାଳ,୨।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳରେ ଏକ ହାତୀ ମୃତଦେହକୁ ଫାର୍ମହାଉସ ଭିତରେ ପୋତିଦେଇଥିବା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଜେଲ୍‌ ପଠାଇଛି।…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri