କଫସିରପ, ନିଶା ବଟିକା ଜବତ: ବ୍ୟବସାୟୀ ଗିରଫ

ସୋନପୁର,୧୪।୯(ନି.ପ୍ର.) : ସୁବର୍ଣ୍ଣପୁର ଜିଲାରେ ବହୁଳ ଭାବେ ଚାଲିଛି ବେଆଇନ କଫସିରପ୍‌ କାରବାର। ଯୁବକମାନେ ଏହାକୁ ନିଶା ପାଇଁ ବହୁଳ ଭାବେ ବ୍ୟବହାର କରି ପଥଭ୍ରଷ୍ଟ ହେଉଛନ୍ତି। ସଦର ପୋଲିସ ଶନିବାର କଫ୍‌ସିରପ ବ୍ୟବସାୟୀ ଆସିକ୍‌ ରସୁଲ ଖାନ(୨୮)ଙ୍କୁ ଗିରଫ କରିଛି। ଆସିକ୍‌ଙ୍କ ଘର ତରଭା ଥାନା ଶିବଶଙ୍କରପଡାରେ। ସେ ବାଇକ୍‌ ନଂ ଓଡି୩୧ଏ-୯୧୩୨ରେ କଫ୍‌ ସିରପ୍‌ ଆଣି ସୋନପୁର ଉପକାରାଗାର ସମ୍ମୁଖରେ ବିକ୍ରି କରୁଥିଲେ । ତାଙ୍କ ନକଟରୁ ୧୦୦ମିଲି. ବିଶିଷ୍ଟ ୫୦ ବୋତଲ ଏସ୍‌କଫ୍‌ କମ୍ପାନୀର କଫ୍‌ ସିରପ, ୮ଟି ଖୋଲା ବୋତଲ, ୩ ଷ୍ଟ୍ରିପ୍‌ ଆଲଫ୍ରା ଜୋଲାମ ଟାବ୍‌ଲେଟ(ନିଶା ବଟିକା), ବ୍ୟବହୃତ ବାଇକ୍‌, ନଗଦ ୨ହଜାର ୬୦ଟଙ୍କା ଓ ମୋବାଇଲ ଜବତ ହୋଇଛି । ଆସିକ୍‌ ଅପମିଶ୍ରିତ କଫସିରପ ବିକ୍ରି କରୁଥିବା ପୋଲିସ କହିଛି । ସୋନପୁର ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri