ଛତ୍ରପୁର,୨ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ) ଡି. ସନ୍ତୋଷ ପ୍ରଧାନଙ୍କୁ ଗଞ୍ଜାମ ଜିଲାପାଳ ବୁଧବାର କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ମଦ୍ୟପାନ କରି କବିସୂର୍ଯ୍ୟନଗର ବ୍ଲକ ପରିସରରେ ଗଣ୍ଡଗୋଳ କରିବା ଓ କର୍ମଚାରୀଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ ଅଭିଯୋଗରେ ତାଙ୍କୁ ନିଳମ୍ବନ କରାଯାଇଛି। ନିଲମ୍ବନ ପରେ ସେ ସଦରମହକୁମା ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରତିଦିନ ରିପୋର୍ଟ କରି କାର୍ଯ୍ୟଦିବସରେ ସେଠାରେ ଉପସ୍ଥାନ ଦର୍ଶାଇବେ ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କୁ ଚାକିରୀ ସର୍ତ୍ତାବଳୀ ଓଡିଶା ସର୍ଭିସ କୋଡ ୧୯୬୨ ରୁଲ୍ ୯୦ ଅନୁଯାୟୀ ତାଙ୍କର ମାସିକ ଦେୟ ନିର୍ଦ୍ଧାରଣ ପୂର୍ବକ ପ୍ରଦାନ କରାଯିବ ବୋଲି ଜଣାପଡିଛି। ଏଥିସହ ତାଙ୍କ ବିରୋଧରେ ପୃଥକ୍ ପୃଥକ୍ ଡ୍ରାଫ୍ ଚାର୍ଜ ପ୍ରସ୍ତୁତ କରି ୭ ଦିନ ମଧ୍ୟରେ ଦାଖଲ କରିବାକୁ କବିସୂର୍ଯ୍ୟନଗର ବିଡିଓ ଓ ସୋରଡା ବିଡିଓଙ୍କୁ ଜିଲପାଳ ନିର୍ଦ୍ଦେଶ ଦେଇଛନ୍ତିି। ସୂୂଚନାଯୋଗ୍ୟ, ପୂର୍ବରୁ ସେ ସୋରଡା ବ୍ଲକ ପଞ୍ଚାୟତ ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଗଞ୍ଜାମ ଜିଲା ଭାଜପା ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...
ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…
ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...
ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ
ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...
ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ
ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...
୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…
କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...
ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ
ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...
ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ
ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...
ଚିଲିକାରେ ଅଘଟଣ: ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ଜୀବନ ଗଲା…
କୃଷ୍ଣପ୍ରସାଦ,୧।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡା ଚିଲିକାରେ ନୂଆ ବର୍ଷରେ ଏକ ଅଘଟଣ ଘଟିଛି। ସାତପଡା ଠାରୁ ଜହ୍ନିକୁଦା...
Archives


