କମାପଲୀ ଅଶୋକ ନଗରରେ ଜଳୁନି ଷ୍ଟ୍ରିଟ ଲାଇଟ

ବ୍ରହ୍ମପୁର ଅଫିସ,୭ା୯-ବ୍ରହ୍ମପୁର ମହାନଗର ନିଗମ (ବିଏମସି)ର ୩୧ନଂ ୱାର୍ଡରେ ଆଲୋକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇଯାଇଛି । କମାପଲ୍ଲୀ ଅଞ୍ଚଳର ବୈଦ୍ୟନାଥେଶ୍ୱର ଶୈବପୀଠ ଠାରୁ ଅଶୋକ ନଗରର ୧୮ ସାହିରେ ଗତ ଏକ ସପ୍ତାହ ହେବ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବାରୁ ସମଗ୍ର ଅଞ୍ଚଳ ଅନ୍ଧାର ହୋଇଛି । ଅନ୍ୟପକ୍ଷରେ ଲଗାଣ ବର୍ଷା ଯୋଗୁ ରାସ୍ତାଘାଟ ଶୋଚନୀୟ ହୋଇଯାଇଛି, ଅନେକ ଖାଲଖମାରେ ପାଣି ଜମି ରହି ଯାନବାହନ ଓ ଲୋକଙ୍କ ଯାତାୟାତରେ ସମସ୍ୟା ସୃଷ୍ଟି ହୋଇଛି ।
ଅଭିଯୋଗ ସତ୍ତ୍ବେ ବିଏମସି ସମସ୍ୟା ସମାଧାନ କରୁନି ବୋଲି ଉକ୍ତ ୱାର୍ଡର ପୂର୍ବତନ ବିଜେଡି କର୍ପୋରେଟର ସୁରେନ୍ଦ୍ର ମହାରଣା ଅଭିଯୋଗ କରିଛନ୍ତି। ସମସ୍ୟା ସମାଧାନ ଲାଗି ତ୍ୱରିତ ପଦକ୍ଷେପ ନିଆ ନ ଗଲେ ଅଞ୍ଚଳବାସୀଙ୍କୁ ମେଳି କରି ବିଏମସି ଅଫିସ ଘେରାଉ କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି ।
ସୁରେନ୍ଦ୍ର ଶୁକ୍ରବାର ଆହୁରି କହିଛନ୍ତି ୩୧ ନଂ ୱାର୍ଡ ସମେତ ଆଖପାଖ ଅନ୍ୟ କେତେକ ୱାର୍ଡରେ ମଧ୍ୟ ସ୍ଥିତି ଅସମ୍ଭାଳ ହୋଇଯାଇଛି । ନାଳ ନର୍ଦ୍ଦମା ସଫେଇ ହେଉ ନ ଥିବାରୁ ମଇଳା ପାଣି ରାସ୍ତାରେ ଭାସୁଛି। ଅପରପକ୍ଷରେ ପ୍ରସ୍ତାବିତ ଜାନିବିଲି ଜଳ ଯୋଗାଣ ପ୍ରକଳ୍ପ ଲାଗି ପାଇପ ଲାଇନ ସଂଯୋଗ ନିମନ୍ତେ ରାସ୍ତାଗୁଡ଼ିକ ଖୋଳି କଦର୍ଯ୍ୟ କରି ଦିଆଯାଇଛି। ଫଳରେ ଲୋକେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ମହାନଗରର ପ୍ରାୟ ୮୦% ରାସ୍ତା ବିପଜ୍ଜନକ ହୋଇଯାଇଥିବା ସେ ଅଭିଯୋଗ କରିଛନ୍ତି।
ବିଏମସି ପକ୍ଷରୁ ବହୁ କୋଟି ଟଙ୍କା ବ୍ୟୟରେ ଇଣ୍ଟିଗ୍ରେଟର ଟ୍ରାଫିକ ସିଷ୍ଟମ କରାଯାଇଛି । ସେସବୁର ଆଲୋକ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇ ସାହି ବସ୍ତିର ଷ୍ଟ୍ରିଟ ଲାଇଟ ପ୍ରତି ଅବହେଳା କରାଯାଇଥିବା ସୁରେନ୍ଦ୍ର କଟାକ୍ଷ କରିଛନ୍ତି। ଅନ୍ୟପକ୍ଷରେ ପୂର୍ବତନ କର୍ପୋରେଟରଙ୍କ ଅଭିଯୋଗ ଉପରେ ନିଗମର ଇଲେକ୍ଟ୍ରି ବିଭାଗ ପକ୍ଷରୁ କୁହାଯାଇଛି ଲଗାଣ ବର୍ଷା ଯୋଗୁ କେତେକ ଅଞ୍ଚଳରେ ଷ୍ଟ୍ରିଟଲାଇଟ ମରାମତିରେ ସମସ୍ୟା ଦେଖାଦେଇଛି। ଯୁଦ୍ଧକାଳୀନ ଭିତ୍ତିରେ ସମସ୍ୟା ସମାଧାନ କରାଯିବାର ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri