Posted inଜାତୀୟ

କମିଲା ଭାଜପାର ବିଜୟ ବ୍ୟବଧାନ:ହରିୟାଣାରେ ଅଟକିଲା ବିଜୟ ରଥ

ନୂଆଦିଲ୍ଲୀ,୨୫-୧୦(ପି.ଟି.):ସାଧାରଣ ନିର୍ବାଚନରେ ହରିୟାଣାର ସମସ୍ତ ୧୦ ଲୋକ ସଭା ଆସନ ଅକ୍ତିଆର କରିବାର ୫ ମାସ ପରେ ଭାଜପାକୁ ଲାଗିଛି ଝଟକା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହଙ୍କ ତୋଫାନୀ ପ୍ରଚାର ଏବଂ ‘ଅନୁଚ୍ଛେଦ ୩୭୦ ଉଚ୍ଛେଦ’ ଭଳି ବଡ଼ ବଡ଼ ପ୍ରସଙ୍ଗ ଫିକା ପଡ଼ିଯାଇଛି। ସ୍ଥାନୀୟ ପ୍ରସଙ୍ଗଗୁଡ଼ିକୁ ଅଣଦେଖା କରିବା ଯୋଗୁ ଗୈରିକ ଦଳର ଭୋଟ ହାର ହ୍ରାସ ପାଇଛି। ଗୋଟିଏ ପରେ ଗୋଟିଏ ରାଜ୍ୟ ଜୟ କରିଚାଲିଥିବା ଭାଜପାର ବିଜୟ ରଥ ହରିୟାଣାରେ ଅଟକିଯାଇଛି ବୋଲି ରାଜନୈତିକ ପଣ୍ଡିତମାନେ କହୁଛନ୍ତି।
ଦ୍ୱିତୀୟ ପାଳି ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ-୨) ଗଠନ ହେବା ପରେ ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ହେଉଛି ଭାଜପା ପାଇଁ ପ୍ରଥମ ପରୀକ୍ଷା। ଏଥିରେ ଭାଜପା ଉତ୍ତୀର୍ଣ୍ଣ ହୋଇଥିଲେ ହେଁ ଏହାର ଭୋଟ ବ୍ୟବଧାନ କମିଯାଇଛି। ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଭାଜପାକୁ ସ୍ପଷ୍ଟ ଜନାଦେଶ ମିଳିଥିବାବେଳେ ହରିୟାଣାରେ ଅନ୍ୟ ଦଳର ସମର୍ଥନ ବିନା ପୁନଃ କ୍ଷମତାସୀନ ହେବା ଅସମ୍ଭବ। ଏପ୍ରିଲ-ମେ’ରେ ହୋଇଥିବା ଲୋକ ସଭା ନିର୍ବାଚନରେ ଭାଜପା ୫୮% ଭୋଟ ପାଇ ହରିୟାଣାର ସମସ୍ତ ୧୦ଟି ଆସନ ଅକ୍ତିଆର କରିଥିଲା। ହେଲେ ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ୩୬% ମିଳିଛି। ଅର୍ଥାତ୍‌ ୫ ମାସ ମଧ୍ୟରେ ଭାଜପାର ଭୋଟ ହାର ୨୨% କମିଯାଇଛି। ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର ବିଜୟୀ ହୋଇଥିଲେ ମଧ୍ୟ ତାଙ୍କର ଅଧିକାଂଶ କ୍ୟାବିନେଟ ସହଯୋଗୀ ପରାଜୟର ମୁହଁ ଦେଖିଛନ୍ତି। କ୍ୟାପ୍‌ଟେନ୍‌ ଅଭିମନ୍ୟୁ, ଓ.ପି. ଧନକାର, ରାମବିଳାସ ଶର୍ମା, କବିତା ଜୈନ, କ୍ରିଷନ ଲାଲ ପନଓ୍ବାରଙ୍କ ଭଳି ବରିଷ୍ଠ ମନ୍ତ୍ରୀମାନଙ୍କୁ ଅପମାନଜନକ ପରାଜୟ ସ୍ବୀକାର କରିବାକୁ ପଡ଼ିଛି। କେବଳ ସ୍ବାସ୍ଥ୍ୟମନ୍ତ୍ରୀ ଅନିଲ ବିଜ୍‌ ଓ ଦଳର ରାଜ୍ୟ ସଭାପତି ସୁଭାଷ ବରାଲାଙ୍କ ବିଜୟ ଭାଜପା ପାଇଁ ଆଶ୍ୱସ୍ତି ଆଣିଦେଇଛି। ‘ଅବ୍‌କୀ ବାର୍‌ ୭୫ ପାର୍‌’ ସ୍ଲୋଗାନ ଦେଇ ମଇଦାନକୁ ଓହ୍ଲାଇଥିବା ଭାଜପା ୯୦ ଆସନ ବିଶିଷ୍ଟ ବିଧାନସଭାରେ ମ୍ୟାଜିକ୍‌ ନମ୍ବର ୪୬କୁ ଛୁଇଁପାରି ନାହିଁ। ଏଥିଲାଗି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପିନ୍ଦର ସିଂ ହୁଡା ସମସ୍ତ ଅଣଭାଜପା ଦଳକୁ ଏକାଠି ହୋଇ ସରକାର ଗଠନ ପାଇଁ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି, ଜନାଦେଶ ଭାଜପା ବିରୋଧରେ ଯାଇଛି। ଏହି ଦଳକୁ କ୍ଷମତାରୁ ଦୂରେଇ ରଖିବା ସହ ଏକ ଦୃଢ଼ ସରକାର ଗଠନ ପାଇଁ କଂଗ୍ରେସ ସହ ଜେଜେପି, ଆଇଏନ୍‌ଏଲ୍‌ଡି ଏବଂ ସ୍ବାଧୀନ ବିଧାୟକମାନେ ହାତ ମିଳାନ୍ତୁ। ଅନ୍ୟପକ୍ଷରେ ଜେଜେପି ଅଧ୍ୟକ୍ଷ ଦୁଷ୍ୟନ୍ତ ଚୌତାଲାଙ୍କୁ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀ ପଦ ଯଚାଯାଇଥିବା ନେଇ ଚର୍ଚ୍ଚା ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବରି; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଜେପି ନଡ୍ଡାଙ୍କର ହେଲା ଆଞ୍ଜିୟପ୍ଲାଷ୍ଟି; ଜାଣନ୍ତୁ ଏବେ କେମିତି ଅଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୮: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଅଗଷ୍ଟ ୧୭ ରେ ଆଞ୍ଜିଆପ୍ଲାଷ୍ଟି ହୋଇଥିଲା। ଏମ୍ସ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏକ ଅପଡେଟ ପ୍ରଦାନ କରିଛି, ଯେଉଁଥିରେ କୁହାଯାଇଛି ଯେ…

ଚମ୍ପତ ରାୟଙ୍କୁ କ୍ଲିନ୍‌ଚିଟ୍‌: ପ୍ରସାଦ ଚୋରି ଘଟଣାରେ ଆସିଲା SIT ରିପୋର୍ଟ

ନୂଆଦିଲ୍ଲୀ,୧୮।୮: ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ଘଟଣାର ତଦନ୍ତ କରୁଥିବା ସ୍ବତନ୍ତ୍ର ତଦନ୍ତ ଦଳ (SIT)ର ଚୂଡ଼ାନ୍ତ ରିପୋର୍ଟ ପ୍ରକାଶ ପାଇଛି। ପୂର୍ବତନ ମହାସଚିବ ଚମ୍ପତ…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ

ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ…

ଭିକ୍ଷା ମାଗି ପାରିବେନି ପାକିସ୍ତାନୀ, ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ପାକିସ୍ତାନ ହଜ ଏବଂ ଉମରା ପାଇଁ ସାଉଦି ଆରବକୁ ଯାଉଥିବା ଏହାର ନାଗରିକମାନଙ୍କୁ ଏକ କଠୋର ଚେତାବନୀ ଜାରି କରିଛି। ପାକିସ୍ତାନୀ ଦୂତାବାସ ଭିକ୍ଷା ମାଗିବା,…

ଲିଭ୍‌ ଇନ୍‌ରେ ରହୁଥିବା ପାର୍ଟନରଙ୍କ ଗଳା ଚିପିଦେଲେ ଯୁବତୀ: ୧୮ ଘଣ୍ଟା ପର୍ଯ୍ୟନ୍ତ ଘରେ ରଖିବା ପରେ ଘଟିଲା..

ନାସିକ,୧୮।୮: ନାସିକରେ ଜଣେ ମହିଳା ତାଙ୍କ ଲିଭ-ଇନ ପାର୍ଟନରଙ୍କ ଗଳା କାଟି ହତ୍ୟା କରି କସରା ଘାଟରେ ମୃତଦେହ ପକାଇ ଦେଇଛନ୍ତି। ଏହି ହତ୍ୟାକାଣ୍ଡରେ ପୋଲିସ ମହିଳା…

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri