କମିଶନରେଟ ପୋଲିସ ମୁଖ୍ୟାଳୟ ସମ୍ମୁଖରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ମହିଳା ଘରକୁ ପାଣି ଓ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ କରାଯିବା ସହ ତାଙ୍କୁ ଆକ୍ରମଣ ହୋଇଛି। ଏହି ଘଟଣାରେ ପୋଲିସ ନ୍ୟାୟ ଦେବାରେ ଅବହେଳା ପ୍ରଦର୍ଶନ କରିବା ଓ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉ ନ ଥିବାରୁ ପୋଲିସ କମିଶନରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମହିଳା ଜଣକ ମଙ୍ଗଳବାର କେମିକାଲଯୁକ୍ତ ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସେଠାରେ ଉପସ୍ଥିତ ପୋଲିସ କର୍ମଚାରୀ ମହିଳାଙ୍କୁ କାବୁ କରିଥିଲେ। ଏଥିସହ ପୋଲସ କମିଶନରଙ୍କୁ ଭେଟିବା ପରେ ଖୁବ୍‌ଶୀଘ୍ର ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କମିଶନର ପ୍ରତିଶ୍ରୁତି ଦେଇଥିଲେ। ପୋଲିସ ସୂଚନା ମୁତାବକ, ମଣ୍ଡପବସ୍ତିରେ ୧୦ବର୍ଷ ହେବ ପ୍ରଣତି ବେହେରା ସପରିବାର ରହୁଥିଲେ। ୨୦୧୮ରୁ ବିଡିଏ ପ୍ଲଟ ନଂ. ୧୪୧ରେ ରହୁଥିଲେ। ଗତ ୭ ତାରିଖ ରାତିରେ ୫ରୁ ୬ ଜଣ ଦୁର୍ବୃତ୍ତ ତାଙ୍କ ଘରେ ପଶି ପାଣି ପାଇପ ଲାଇନ ଏବଂ ବିଦ୍ୟୁତ୍‌ ତାର ସଂଯୋଗକୁ କାଟି ଦେଇଥିଲେ। ଅନ୍ଧାର ଭିତରେ ତାଙ୍କ ସହ ସ୍ବାମୀଙ୍କୁ ଟଣାଓଟରା କରି ଚେନ ଛଡାଇ ନେଇଥିଲେ। ଜଣେ ଯୁବକ ମୁଣ୍ଡରେ ପିସ୍ତଲ ଲଗାଇ ମାରି ଦେବାକୁ ଧମକ ଦେଇଥିଲେ। ରାତି ୧୧ଟାରେ ପିସିଆର ଭ୍ୟାନ ପହଞ୍ଚତ୍ବା ପରେ ମଧ୍ୟ ପୋଲିସ ଉପସ୍ଥିତିରେ ତାଙ୍କୁ ଆକ୍ରମଣ କରାଯାଇଥିଲା। ଏହାସତ୍ତ୍ୱେ କୌଣସି ନ୍ୟାୟ ନ ମିଳିବାରୁ ବାଧ୍ୟ ହୋଇ ଏପରି ଉଦ୍ୟମ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri