କମିଶନରେଟ ପୋଲିସ ମୁଖ୍ୟାଳୟ ସମ୍ମୁଖରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ମହିଳା ଘରକୁ ପାଣି ଓ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ କରାଯିବା ସହ ତାଙ୍କୁ ଆକ୍ରମଣ ହୋଇଛି। ଏହି ଘଟଣାରେ ପୋଲିସ ନ୍ୟାୟ ଦେବାରେ ଅବହେଳା ପ୍ରଦର୍ଶନ କରିବା ଓ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉ ନ ଥିବାରୁ ପୋଲିସ କମିଶନରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମହିଳା ଜଣକ ମଙ୍ଗଳବାର କେମିକାଲଯୁକ୍ତ ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସେଠାରେ ଉପସ୍ଥିତ ପୋଲିସ କର୍ମଚାରୀ ମହିଳାଙ୍କୁ କାବୁ କରିଥିଲେ। ଏଥିସହ ପୋଲସ କମିଶନରଙ୍କୁ ଭେଟିବା ପରେ ଖୁବ୍‌ଶୀଘ୍ର ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କମିଶନର ପ୍ରତିଶ୍ରୁତି ଦେଇଥିଲେ। ପୋଲିସ ସୂଚନା ମୁତାବକ, ମଣ୍ଡପବସ୍ତିରେ ୧୦ବର୍ଷ ହେବ ପ୍ରଣତି ବେହେରା ସପରିବାର ରହୁଥିଲେ। ୨୦୧୮ରୁ ବିଡିଏ ପ୍ଲଟ ନଂ. ୧୪୧ରେ ରହୁଥିଲେ। ଗତ ୭ ତାରିଖ ରାତିରେ ୫ରୁ ୬ ଜଣ ଦୁର୍ବୃତ୍ତ ତାଙ୍କ ଘରେ ପଶି ପାଣି ପାଇପ ଲାଇନ ଏବଂ ବିଦ୍ୟୁତ୍‌ ତାର ସଂଯୋଗକୁ କାଟି ଦେଇଥିଲେ। ଅନ୍ଧାର ଭିତରେ ତାଙ୍କ ସହ ସ୍ବାମୀଙ୍କୁ ଟଣାଓଟରା କରି ଚେନ ଛଡାଇ ନେଇଥିଲେ। ଜଣେ ଯୁବକ ମୁଣ୍ଡରେ ପିସ୍ତଲ ଲଗାଇ ମାରି ଦେବାକୁ ଧମକ ଦେଇଥିଲେ। ରାତି ୧୧ଟାରେ ପିସିଆର ଭ୍ୟାନ ପହଞ୍ଚତ୍ବା ପରେ ମଧ୍ୟ ପୋଲିସ ଉପସ୍ଥିତିରେ ତାଙ୍କୁ ଆକ୍ରମଣ କରାଯାଇଥିଲା। ଏହାସତ୍ତ୍ୱେ କୌଣସି ନ୍ୟାୟ ନ ମିଳିବାରୁ ବାଧ୍ୟ ହୋଇ ଏପରି ଉଦ୍ୟମ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

କିଏ ହେବେ ରାଜ୍ୟର ନୂଆ ଡିଜିପି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା

ଭୁବନେଶ୍ୱର,୧୨ା୮(ସୁନିତ୍‌ ମିଶ୍ର): ରାଜ୍ୟର ନୂଆ ଡିଜିପି କିଏ ହେବେ ତାହାକୁ ନେଇ ଏଯାଏଁ କିଛି ସ୍ପଷ୍ଟ ଚିତ୍ର ଆସିପାରି ନାହିଁ। ଇତିମଧ୍ୟରେ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri