କମ୍ପାନୀ ଆଇନରେ ଆସିବ ସଂଶୋଧନ

ନୂଆଦିଲ୍ଲୀ,୧୮।୫: କମ୍ପାନୀ ଆଇନରେ ସଂଶୋଧନ ଆଣିବା ଲାଗି ସରକାର ଅଧ୍ୟାଦେଶ ଆଣିବେ। ଉକ୍ତ ଆଇନରେ ଥିବା ବିଭିନ୍ନ ଧାରାକୁ ଅପରାଧମୁକ୍ତ କରିବା, ଭାରତୀୟ କର୍ପୋରେଟଗୁଡ଼ିକୁ ସିଧାସଳଖ ବିଦେଶୀ ବଜାରରେ ଲିଷ୍ଟିଂ କରାଇବା ଏବଂ ଇଜ ଅଫ୍‌ ଡୁଇଁ ବିଜ୍‌ନେସକୁ ପ୍ରୋତ୍ସାହିତ କରିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ହାତକୁ ନେବେ ବୋଲି ଜଣାପଡ଼ିଛି। ରବିବାର ଗଣମାଧ୍ୟମକୁ ସୂଚନା ଦେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି ଯେ, ଭାରତୀୟ କମ୍ପାନୀଗୁଡ଼ିକ ସେମାନଙ୍କ ସିକ୍ୟୁରିଟିଜକୁ ବିଦେଶରେ ସିଧାସଳଖ ଲିଷ୍ଟିଂ କରାଇପାରିବେ। ଏହା ଏକ ବଡ଼ ପଦକ୍ଷେପ। ୨୦୧୩ରେ ଆସିଥିବା କମ୍ପାନୀ ଆଇନରେ ସଂଶୋଧନ ଆଣିବା ଲାଗି ସରକାର ପୂର୍ବରୁ ଯୋଜନା କରିଥିଲେ ମଧ୍ୟ ଏହା ବର୍ତ୍ତମାନ ପାର୍ଲାମେଣ୍ଟରେ ପାସ୍‌ ହୋଇପାରିନାହିଁ। ଏହି ଆଇନକୁ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କାର୍ଯ୍ୟକାରୀ କରାଯାଉଛି।
କମ୍ପାନୀ ଆଇନରେ ରହିଥିବା ବିଭିନ୍ନ ନିୟମର ଅବମାନନାରେ ସାମାନ୍ୟ ତ୍ରୁଟି ରହିଲେ ଏହାକୁ ଅପରାଧମୁକ୍ତ କରିବା ନେଇ ଯୋଜନା ରଖାଯାଇଛି। ଏହା ମଧ୍ୟରେ ସିଏସ୍‌ଆର୍‌ ରିପୋର୍ଟିଂ, ଅପର୍ଯ୍ୟାପ୍ତ ବୋର୍ଡ ରିପୋର୍ଟ, ଫାଇଲିଂରେ ଖିଲାପ କରିବା, ଏଜିଏମ୍‌ ଡକାଇବାରେ ବିଳମ୍ବ ଭଳି କେତେକ ପ୍ରସଙ୍ଗ ସାମିଲ ରହିଛି। ଅତି ଗୁରୁତ୍ୱପୂର୍ଣ୍ଣ ଧାରାଗୁଡ଼ିକୁ ଆନ୍ତଃ ଆଡଜୁଡିକେଶନ ମେକାନିଜିମ ପରିସରଭୁକ୍ତ କରାଯିବ। ଏ କ୍ଷେତ୍ରରେ ଆଞ୍ଚଳିକ ନିର୍ଦ୍ଦେଶକଙ୍କ କ୍ଷମତା ପରିସରକୁ ମଧ୍ୟ ବଢ଼ାଇବା ଦିଗରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri