କମ୍‌ସଂଖ୍ୟକ ଉପସ୍ଥାନ ଯୋଗୁ ବନ୍ଦ ହେଲା ୨ ସ୍କୁଲ

ଗଣିଆ,୨୨।୧୦(ଡି.ଏନ.ଏ.)-ନୟାଗଡ଼ ଜିଲା ଗଣିଆ ବ୍ଲକରେ କମ୍‌ସଂଖ୍ୟକ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଯୋଗୁ ୨ଟି ସ୍କୁଲ ସୋମବାରଠାରୁ ବନ୍ଦ କରାଯାଇଥିବା ଦେଖିବାକୁ ମିଳିଛି । ବନ୍ଦ ହୋଇଥିବା ୨ଟି ପ୍ରାଥମିକ ବିଦ୍ୟାଳୟ ହେଉଛି ଛାମୁଣ୍ଡିଆ ପଞ୍ଚାୟତର କାଣିପୋଖରୀ ପ୍ରାଥମିକ ବିଦ୍ୟାଳୟ ଓ ବଡସିଲିଙ୍ଗା ପଞ୍ଚାୟତର ପୁରୁଣାପାଣି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ।
ଶିକ୍ଷା ଅଧିକାରୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ଚଳିତ ଶିକ୍ଷା ବର୍ଷରେ କାଣିପୋଖରୀ ପ୍ରାଥମିକ ବିଦ୍ୟାଳୟରେ ୯ଜଣ ଓ ପୁରୁଣାପାଣି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ୧୦ଜଣ ଛାତ୍ରୀଛାତ୍ର ପାଠ ପଢୁଥିଲେ। ସରକାରଙ୍କ ଶିକ୍ଷା ବିଭାଗର ନିୟମାନୁଯାୟୀ ୧୦ କିମ୍ବା ୧୦ରୁ କମ୍‌ ସଂଖ୍ୟକ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟଗୁଡିକ ବନ୍ଦ କରାଯାଇ ନିକଟସ୍ଥ ସ୍କୁଲଗୁଡିକରେ ସାମିଲ କରାଯିବ । ଫଳରେ ଏହି ୨ଟି ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଶିକ୍ଷକଙ୍କୁ ନିକଟସ୍ଥ ବିଦ୍ୟାଳୟରେ ସାମିଲ ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପୁରୁଣାପାଣି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଗୋଛାବାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ ଓ କାଣିପୋଖରୀ ପ୍ରାଥମିକ ବିଦ୍ୟାଳୟ ଛାମୁଣ୍ଡିଆ କେ.ବି. ନୋଡାଲ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ ସାମିଲ ହୋଇଥିବା ଜଣାପଡିଛି । ବନ୍ଦ ହୋଇଥିବା ସ୍କୁଲଗୁଡିକ ଠାରୁ ସାମିଲ ହୋଇଥିବା ବିଦ୍ୟାଳୟର ଦୂରତା ୧କିଲୋମିଟରରୁ ଅଧିକ ହୋଇଥିଲେ ସଂପୃକ୍ତ ଛାତ୍ରୀଛାତ୍ରଙ୍କୁ ଯାତାୟାତ ବାବଦକୁ ବାର୍ଷିକ ୬ହଜାର ଟଙ୍କା ସରକାରଙ୍କ ତରଫରୁ ପ୍ରଦାନ କରାଯାଉଛି ବୋଲି କହିଥିଲେ । ତେବେ ଗତ ୨୦୧୭ – ୧୮ ଶିକ୍ଷା ବର୍ଷରେ କମ୍‌ ସଂଖ୍ୟକ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଯୋଗୁ ଗଣିଆ ବ୍ଲକ ଛାମୁଣ୍ଡିଆ ପଞ୍ଚାୟତର କୁତୁରୀ, ବଡମୂଳ, ବଡଶିଲିଙ୍ଗା ପଞ୍ଚାୟତର ବୁରିଆପାଜୁ, ସେକେଟାପଲ୍ଲୀ, ସେନେପେରୀ ଓ ଆଡକଟା ପଞ୍ଚାୟତର ତାମରଝୋଲା ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?