କରନ୍‌ଙ୍କ ଉପରେ ରାଗିଗଲେ କଙ୍ଗନାଙ୍କ ଭଉଣୀ

ବମ୍ବେ: ବଲିଉଡ୍‌ର ଲୋକପ୍ରିୟ ଫିଲ୍ମ ନିର୍ମାତା କରନ୍‌ ଜୋହର ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ସହ ସମ୍ପର୍କ ସୁଧାରିବାକୁ ଚେଷ୍ଟା କରୁଥିବା କୁହାଯାଉଛି। ନିକଟରେ ପଦ୍ମଶ୍ରୀ ପୁରସ୍କାର ପାଉଥିବା ଅଭିନେତାଙ୍କ ତାଲିକା ପ୍ରକାଶ ପାଇଛି। ଏଥିରେ କରନ୍‌ ଏବଂ କଙ୍ଗନା ଅଛନ୍ତି। ଏହାକୁ ନେଇ ପଚରାଯିବାରେ କରନ୍‌ କଙ୍ଗନାଙ୍କ ପ୍ରଶଂସାରେ ଶତମୁଖ ହୋଇଯାଇଥିଲେ। ହେଲେ ଏହା ଶୁଣିବା ପରେ କଙ୍ଗନାଙ୍କ ଭଉଣୀ ରାଗି ଯାଇଛନ୍ତି। ରଙ୍ଗୋଲୀ ନିଜ ଟୁଇଟର ପୃଷ୍ଠାରେ ଏକାଧିକ ଟୁଇଟ୍‌ କରି କରନ୍‌ଙ୍କୁ ଭର୍ତ୍ସନା କରିଛନ୍ତି।
ଯଦି କେବେ ଭଲ ସ୍କ୍ରିପ୍ଟ ମିଳେ ଏବଂ ସେଥିରେ କଙ୍ଗନାଙ୍କୁ ଅଭିନୟ କରିବା ଆବଶ୍ୟକ ବୋଲି ବୁଝାପଡ଼େ ତେବେ ତାଙ୍କୁ ନିଶ୍ଚିତ ଫୋନ କରିବେ ବୋଲି କରନ୍‌ କହିଥିଲେ। ଏହାର ଜବାବ ଦେଇଛନ୍ତି ରଙ୍ଗୋଲୀ। ସେ କହିଛନ୍ତି, ଏକଦା କଙ୍ଗନା କରନ୍‌ଙ୍କ ଚଳଚ୍ଚିତ୍ର ‘ଏ ଦିଲ ହେ ମୁସ୍କିଲ’ ଦେଖିଥିଲେ। ଫିଲ୍ମକୁ ଦେଖି ସେ ରାଗି ଯାଇଥିଲେ। ଯଦି ଏଭଳି ସ୍କ୍ରିପ୍ଟ ସେ କଙ୍ଗନାଙ୍କୁ କରିବା ପାଇଁ କୁହନ୍ତି, ତାଙ୍କୁ ଭଗବାନ ବି ରକ୍ଷା କରିପାରିବେ ନାହିଁ। ଏଣୁ କଙ୍ଗନାଙ୍କଠାରୁ ଦୂରେଇ ରୁହନ୍ତୁ, ସମସ୍ତଙ୍କ ପାଇଁ ସେଇଟା ଭଲ ବୋଲି ରଙ୍ଗୋଲୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

ମ୍ୟୁଟେଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri