କରୋନାକୁ ନକ୍‌ ଡାଉନ୍‌ ପାଇଁ ଲକ୍‌ ଡାଉନ୍‌: ବାଗ୍‌ଚୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ): କରୋନା ସହ ଦୀର୍ଘ ୬ ମାସର ଯୁଦ୍ଧ। ଆହୁରି ୧୭୨ ଦିନ ବାକି। କରୋନା ଭାଇରସ୍‌କୁ ନକ୍‌ ଡାଉନ୍‌ ପାଇଁ ଲକ୍‌ ଡାଉନ୍‌ କରିବା ଲାଗି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ୱାରା ରାଜ୍ୟର ୪୦% ଜନସଂଖ୍ୟା ପ୍ରଭାବିତ ହେବେ। ହେଲେ ସରକାରଙ୍କୁ ସହଯୋଗ କଲେ ସାରା ଓଡ଼ିଶାବାସୀ ବଞ୍ଚିବେ। ନିକଟରେ ବିଦେଶରୁ ଆସିଥିବା ୩ହଜାର ବ୍ୟକ୍ତିଙ୍କ ମଧ୍ୟରୁ ଅଧିକାଂଶ

୫ଟି ଜିଲା ଏବଂ ୮ ସହରାଞ୍ଚଳରେ ରହିଛନ୍ତି। ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଅନୁଗୋଳ ଆଦି ଜିଲା ସହ ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଯାଜପୁର ରୋଡ୍‌, ଯାଜପୁର ଟାଉନ୍‌, ରାଉଲକେଲା, ପୁରୀ, ଝାରସୁଗୁଡ଼ା ସହରାଞ୍ଚଳର ଅଧିକାଂଶ ଲୋକେ ବିଦେଶଫେରନ୍ତା। ଏଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ମାର୍ଚ୍ଚ ୨୨ ସକାଳ ୭ଟାରୁ ୨୯ ରାତି ୯ଟା ଯାଏ ଜିଲାଗୁଡ଼ିକ ଲକ୍‌ଡାଉନ୍‌ ରହିବ। ଏହି ଜିଲାର ଜନସାଧାରଣଙ୍କୁ ଘରେ ରହିବାକୁ କୁହାଯାଉଛି। ଅତ୍ୟନ୍ତ ଜରୁରୀ ଅବସ୍ଥା ନ ଥିଲେ କେହି ବି ବାହାରକୁ ବାହାରିବେ ନାହିଁ। ଏହାକୁ ଲକ୍‌ ଡାଉନ୍‌ ଅଥବା ତାଲା ବନ୍ଦ ପରିସ୍ଥିତି ବୋଲି କହିପାରିବେ। ହେଲେ ଆତଙ୍କିତ ହେବାର କାରଣ ନାହିଁ। ଏହି ସମୟରେ ସମସ୍ତ ଜରୁରିକାଳୀନ ବ୍ୟବସ୍ଥା ଜାରି ରହିବ। ଯେଉଁ ବ୍ୟକ୍ତି ନିଜକୁ ତଥା ଅନ୍ୟକୁ ବିପଦକୁ ଠେଲିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ଅଦ୍ଭୁତପୂର୍ବ ପଦକ୍ଷେପ ସୁଚିନ୍ତିତ ବୋଲି ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri