କରୋନାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ: କେଜରିଓ୍ବାଲ

ନୂଆଦିଲ୍ଲୀ,୩୦।୫: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଏହାକୁ ନେଇ ସରକାର କେତେ ପ୍ରସ୍ତୁତ ଅଛନ୍ତି ସେକଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଆଜି ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍‌ଡାଉନକୁ ଆମେ ସବୁଦିନ ପାଇଁ ରଖିପାରିବା ନାହିଁ। ଆଉ କେହି ମଧ୍ୟ କହି ପାରିବେ ନାହିଁ କରୋନା କେବେ ଶେଷ ହେବ ତେଣୁ ଆମକୁ ପରିସ୍ଥିତିକୁ ସାମାନ୍ୟ କରିବାକୁ ପଡିବ। କେଜରିଓ୍ବାଲଙ୍କ ମତରେ କରୋନା ସଂକ୍ରମଣ ବୃଦ୍ଧି ଚିନ୍ତାର ବିଷୟ। ହେଲେ ଏହାକୁ ନେଇ ଭୟଭୀତ ହେବା ଉଚିତ ନୁହେଁ। କରୋନା ମୁକାବିଲା ପାଇଁ ଆମେ ପ୍ରସ୍ତୁତ ଅଛୁ। ଏବେ ଦିଲ୍ଲୀରେ ଯେତିକି ସଂକ୍ରମିତ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କର ଘରେ ଚିକିତ୍ସା ଚାଲୁଥିବା ବେଳେ ମାତ୍ର ୨,୧୦୦ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଦିଲ୍ଲୀରେ କିଛିଦିନ ହେବ କରୋନା ସଂକ୍ରମଣରେ ବୃଦ୍ଧି ଘଟିଛି ଯାହାକୁ ଆମକୁ ସ୍ବୀକାର କରିବାକୁ ପଡିବ। ଗୁରୁବାର ସୁଦ୍ଧା ଦିଲ୍ଲୀରେ ୧୭,୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୭,୮୪୬ଜଣ ସୁସ୍ଥ ହୋଇଛନ୍ତି, ୯,୧୪୨ ଜଣଙ୍କ ଚିକିତ୍ସା ଚାଲିଛି ଓ ୩୯୮ ଜଣଙ୍କ ମୃତ୍ୟୁ ହୋଇଛି। ଏବେ କରୋନାର ସଂକ୍ରମଣକୁ ଦେଖି ଯେତିକି ଆବଶ୍ୟକ ତା’ଠାରୁ ଅଧିକ ସରକାର ପ୍ରସ୍ତୁତ ରହିଛନ୍ତି ବୋଲି କେଜରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri