କରୋନାକୁ ପୂରିଲା ୧୦୧ ଦିନ: ଉଦାହରଣ ପାଲଟିଲା କେରଳ, ମହାରାଷ୍ଟ୍ରରେ ସ୍ଥିତି ଅଣାୟତ

ନୂଆଦିଲ୍ଲୀ,୧୦।୫: କରୋନା ଭାଇରସ ବିରୋଧରେ ସାରା ଦେଶ ଏକ ଅଦୃଶ୍ୟ ଯୁଦ୍ଧରେ ଲଢୁଥିବା ବେଳେ ଏବେ ଭାରତରେ କରୋନାକୁ ପୂରଣ ହୋଇଛି ୧୦୧ ଦିନ। ଏହି ସମୟ ମଧ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଦେଶରେ ପ୍ରଥମ କରି ଜାନୁୟାରୀ ୩୦ରେ କରୋନା ପ୍ରବେଶ କରିଥିଲା। କେରଳରେ ପ୍ରଥମ ରୋଗୀ ଚିହ୍ନଟ ହେବା ପରେ ଦେଶବାସୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖା ଦେଇଥିଲା। ହେଲେ ଏବେ କେରଳ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଯାଇଥିବା ବେଳେ ମହାରାଷ୍ଟ୍ର ସ୍ଥିତି ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। କେରଳରେ ଏବେ ମାତ୍ର ୨୦ ଜଣ ରୋଗୀଙ୍କ ଚିକିତ୍ସା ଚାଲିଥିବା ବେଳେ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦ ହଜାର ଅତିକ୍ରମ କରି ସାରିଲାଣି। ମହାରାଷ୍ଟ୍ରରେ ବହୁ ପଛରେ ଅର୍ଥାତ୍‌ ମାର୍ଚ୍ଚ ୯ରେ ପ୍ରଥମ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା। ମହାରାଷ୍ଟ୍ର ସହ ଯେମିତି ତାଳ ଦେଇ ଆଗକୁ ବଢୁଛି ଗୁଜରାଟ। ଏଠାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୭୯୬ରେ ପହଞ୍ଚିଲାଣି। କିନ୍ତୁ କେରଳରେ ଏବେ ସୁଦ୍ଧା ୫୦୫ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ମାତ୍ର ୪ ଜଣଙ୍କ ମୃତ୍ୟୁ ହୋଇଛି। ଏବେ ୨୦ ଜଣଙ୍କ ଚିକତ୍ସା ଚାଲିଥିବା ବେଳେ ଅବଶିଷ୍ଟ ସୁସ୍ଥ ହୋଇଛନ୍ତି। ପ୍ରଥମେ କେରଳରେ ଲୋକଙ୍କୁ ୧୪ ଦିନ ବଦଳରେ ୨୮ ଦିନ କ୍ୱରାଣ୍ଟାଇରେ ରଖାଯିବା ସହ ଥଣ୍ଡା ସର୍ଦ୍ଦିରେ ପୀଡିତ ଲୋକଙ୍କର ତୁରନ୍ତ ଚିକିତ୍ସା କରାଯିବାରୁ ସଂକ୍ରମଣକୁ କାବୁ କରାଯାଇପାରିଲା। ହେଲେ ମହାରାଷ୍ଟ୍ରର ବସ୍ତି ଅଞ୍ଚଳରେ ଏହା ଖୁବ୍‌ଶୀଘ୍ର ବ୍ୟାପିଯିବାରୁ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଗଲା ବୋଲି କୁହାଯାଉଛି। ଏହାସହ ମହାରାଷ୍ଟ୍ରରେ ଲୋକେ ସୋସିଆଲ ଡିଷ୍ଟାନସିଂକୁ ନ ମାନିବା ମଧ୍ୟ ଆଉ ଏକ କାରଣ ବୋଲି କୁହାଯାଉଛି। ଦେଶର ସ୍ଥିତିକୁ ଦେଖିଲେ ଏବେ ଦେଶରେ କେରାନା ସଂକ୍ରମିତଙ୍କ ସଂଖ୍ୟା ୬୩ ହଜାର ମୁହାଁ ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୬୩ ହଜାର ଅତିକ୍ରମ କରିବ ବୋଲି ଅନୁମାନ କରାଯାଉଛି। ସେହିପରି ଏବେ ଦେଶରେ କରୋନା ମୃତ୍ୟୁସଂଖ୍ୟା ୨ ହଜାର ଅତିକ୍ରମ କରି ସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri