Posted inଖେଳ

କରୋନାକୁ ଲଢ଼ିବା ପାଇଁ ଜର୍ମାନୀ ଫୁଟ୍‌ବଲର୍‌ଙ୍କ ବଦାନ୍ୟତା

ବର୍ଲିନ, ୧୯।୩ (ଏଏଫ୍‌ପି)- ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଥିବାବେଳେ ଏହାକୁ ମୁକାବିଲା କରିବା ପାଇଁ ଜର୍ମାନୀ ଜାତୀୟ ଫୁଟ୍‌ବଲ ଦଳର ଖେଳାଳିମାନେ ଆଗେଇ ଆସିଛନ୍ତି। ଏହି ମହାମାରୀରୁ ସୃଷ୍ଟି ହୋଇଥିବା ସଙ୍କଟକୁ ମୁକାବିଲା କରିବା ପାଇଁ ଜର୍ମାନୀ ଖେଳାଳିମାନେ ମିଳିତ ଭାବେ ୨.୭ ମିଲିୟନ ଆମେରିକୀୟ ଡଲାର (ଭାରତୀୟ ମୁଦ୍ରାରେ ପାଖାପାଖି ୨୦ କୋଟି ୨୩ ଲକ୍ଷ ୨୦ ହଜାର ଟଙ୍କା) ଅର୍ଥ ଦାନ କରିଛନ୍ତି ବୋଲି ଜଣାପଡ଼ିଛି। ‘ଏହି ସମୟରେ ଆମେ ପରସ୍ପରର ଦେଖାଶୁଣା କରିବା ଆବଶ୍ୟକ। ଆମେ ଜାତୀୟ ଦଳର ଖେଳାଳିମାନେ ଏନେଇ ଚିନ୍ତା କରି ଗୋଟିଏ ଭଲ କାରଣ ଲାଗି ଦାନ କରିଛୁ’ ବୋଲି ଜର୍ମାନୀ ଜାତୀୟ ଫୁଟ୍‌ବଲ ଦଳର ଅଧିନାୟକ ମାନୁଏଲ୍‌ ନେଉର୍‌ ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରି ଏହା କହିଛନ୍ତି। ଅନ୍ୟ ଜର୍ମାନୀ ଖେଳାଳିଙ୍କ ମଧ୍ୟରେ ଜୋଶୁଆ କିମ୍ମିଚ, ଲିଓନ ଗୋରେଟଜକା, ମାଥିଆସ ଗିଣ୍ଟର, ଲୁକାସ କ୍ଲୋଷ୍ଟରମାନ୍ନ ମଧ୍ୟ ସମାନ ଭିଡିଓ ପୋଷ୍ଟ କରିଥିବା ଦେଖିବାକୁ ମିଳିଛି। ଏଭଳି ଦୁର୍ଦ୍ଦିନ ସମୟରେ ଅନ୍‌ଲାଇନ ପ୍ଲାଟଫର୍ମ ‘ଓ୍ବିର୍‌ ହେଲଫେନ୍‌’ (ଓ୍ବି ହେଲ୍ସ) ନାମକ ଏକ ଅର୍ଗାନାଇଜେଶନରେ ଅର୍ଥ ଦାନ କରିବା ପାଇଁ ଜର୍ମାନୀ ଖେଳାଳିମାନେ ଜାଗରଣ ସୃଷ୍ଟି କରୁଛନ୍ତି। ଲୋକମାନେ ତାଙ୍କ ବ୍ୟବହାରରେ ପରିବର୍ତ୍ତନ କରିବାର ଆବଶ୍ୟକତା ରହିଛି ବୋଲି ଜର୍ମାନୀ ଜାତୀୟ ଫୁଟ୍‌ବଲ ଦଳର କୋଚ୍‌ ଜୋଚିମ ଲୋଓ୍ବି ନିକଟରେ ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri