କରୋନାରୁ ଦୂରେଇ ରହିବା ଲାଗି ହାତ ଧୋଉଧୋଉ ହୋଇ ବି ପାରେ ଜଳସଙ୍କଟ !

ଓ୍ବାଶିଂଟନ,୨୫।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞ ବିଭିନ୍ନ ଉପାୟ ସମ୍ପର୍କରେ ପରାମର୍ଶ ଦେଉଛନ୍ତି। ସେଥିମଧ୍ୟରୁ ମାସ୍କ୍‌ର ବ୍ୟବହାର କରିବା, ନିୟମିତ ଭାବେ ନିର୍ଦ୍ଧିଷ୍ଟ ସମୟ ବ୍ୟବଧାନରେ ହାତ ଧୋଇବା ଏବଂ ଆଖି, ନାକ, ପାଟିକୁ ବାରମ୍ବାର ସ୍ପର୍ଶ ନ କରିବାକୁ କୁହାଯାଉଛି। ତେବେ ନିୟମିତ ଦିନରେ ଏକାଧିକ ଥର ହାତଧୋଇବା ଦ୍ୱାରା ବହୁ ପରିମାଣର ପାଣି ନଷ୍ଟ ହେଉଛି। ଯଦି ଏଭଳି ଜାରି ରୁହେ ତେବେ ଆଗାମୀ ଦିନରେ ଜଳସଙ୍କଟ ସୃଷ୍ଟି ହେବାର ଆଶଙ୍କା ରହିଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ପୂର୍ବରୁ ଜଣେ ବ୍ୟକ୍ତି ୭୦-୭୫ ଲିଟର ପାଣି ବ୍ୟବହାର କରୁଥିବାବେଳେ ଲଗାତାର ହାତ ଧୋଇବା ଯୋଗୁ ଏବେ ଏହାର ପରିମାଣ ୧୨୫ ଲିଟର ପର୍ଯ୍ୟନ୍ତ ବୃଦ୍ଧି ହୋଇଛି। ଶୀଘ୍ର କରୋନା ଆତଙ୍କର ଅନ୍ତ ନ ହେଲେ ଏଭଳି ହାତ ଧୋଉ ଧୋଉ ଦିନେ ନିଶ୍ଚିତ ଭାବେ ପୃଥିବୀର ଜଳଭଣ୍ଡାର ଯେ, ଶେଷ ହୋଇଯିବ ତାହା ନିଶ୍ଚିତ ବୋଲି ବିଶେଷଜ୍ଞ କହିଛନ୍ତି। ଏବେ ବି ପୃଥିବୀର ବହୁ ଅଞ୍ଚଳରେ ଜଳସଙ୍କଟ ଜାରି ରହିଛି। ଏପରିସ୍ଥଳେ ନିୟମିତ ବ୍ୟବଧାନରେ ହାତ ଧୋଇବା ଯୋଗୁ ପିଇବା ପାଣି ଅଭାବରୁ ବହୁ ଲୋକଙ୍କ ମୃତ୍ୟୁ ଘଟିବାର ଆଶଙ୍କା ସୃଷ୍ଟି ହୋଇଛି। ଏହାର ପ୍ରଭାବ ମଧ୍ୟ ଭାରତର ରାଜସ୍ତାନ, ଦିଲ୍ଲୀ, ତାମିଲନାଡୁ, ମଧ୍ୟପ୍ରଦେଶ ଆଦି କେତେକ ରାଜ୍ୟ ଉପରେ ଅନୁଭୁତ ହେବ ବୋଲି କୁହାଯାଉଛି। ଖରାଦିନେ ଏଭଳି କେତେକ ରାଜ୍ୟରେ ପିଇବା ପାଣିର ଘୋର ଅଭାବ ଦେଖାଦେଇଥାଏ। ଜଳ ବିହୁନେ ଲୋକେ କରୋନାରୁ ରକ୍ଷା ପାଇଁ ହାତ ଧୋଇ ଧୋଇ ଶେଷରେ ଶୋଷରେ ଯେ ଜୀବନ-ମରଣ ସଙ୍କଟରେ ପଡ଼ିବା ତାହା ନିଶ୍ଚିତ ବୋଲି ବିଶେଷଜ୍ଞ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri