Posted inଖେଳ

କରୋନାରେ ପୂର୍ବତନ ଫୁଟ୍‌ବଲରଙ୍କ ମୃତ୍ୟୁ

ମାଲାପୁରମ (କେରଳ), ୭ା୬ (ପି.ଟି.)- କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇ ପୂର୍ବତନ ସନ୍ତୋଷ ଟ୍ରଫି ଜାତୀୟ ଫୁଟ୍‌ବଲ ଚାମ୍ପିୟନଶିପ୍‌ ଖେଳାଳି ଇ. ହାମ୍‌ସାକୋୟାଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କୋଭିଡ୍‌-୧୯ରେ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚତ୍ଛି। ୬୧ ବର୍ଷୀୟ ହାମ୍‌ସାକୋୟାଙ୍କ ଜନ୍ମସ୍ଥାନ ହେଉଛି ନିକଟବର୍ତ୍ତୀ ପାରାପ୍ପାନାଙ୍ଗ୍‌ଡିରେ। ଏବେ ସେ ମୁମ୍ବାଇରେ ବାସ କରୁଛନ୍ତି। ସେ ଓ ତାଙ୍କ ପରିବାର ମେ ୨୧ରେ ତାଙ୍କ ଜନ୍ମ ସହରକୁ ଆସି କ୍ୱାରାଣ୍ଟାଇନ୍‌ରେ ଥିଲେ। ହାମସାକୋୟାଙ୍କ ୫ଜଣ ପରିବାର ସଦସ୍ୟ ମଧ୍ୟ କରୋନା ପଜିଟିଭ। ସେମାନେ ସମସ୍ତେ ଏବେ ଚିକିତ୍ସାଧୀନ ରହିଛନ୍ତି। ମାଲାପୁରମର ଜିଲା ମେଡିକାଲ ଅଫିସର କେ. ସାକିନାଙ୍କ କହିବା ଅନୁସାରେ ହାମସାକୋୟାଙ୍କ ସ୍ତ୍ରୀ ଏବଂ ପୁଅଙ୍କ ନିକଟରେ ପ୍ରଥମେ କୋଭିଡ୍‌-୧୯ ଲକ୍ଷଣ ପ୍ରକାଶ ପାଇଥିଲା। ସମସ୍ତ ଚେଷ୍ଟା ସତ୍ତ୍ୱେ ଏହି ପୂର୍ବତନ ଫୁଟ୍‌ବଲରଙ୍କ ଜୀବନ ରକ୍ଷା ସମ୍ଭବ ହୋଇପାରି ନ ଥିଲା। ଶନିବାର ସକାଳେ ତାଙ୍କର ଦେହାନ୍ତ ହୋଇଥିଲା। ହାମସାକୋୟାଙ୍କ ପୁତ୍ରବଧୂ ଏବଂ ଦୁଇ ନାତି ନାତୁଣୀ ମଧ୍ୟ କରୋନା ପଜିଟିଭ। ସେମାନେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ମାଲାବାର ଅଞ୍ଚଳର ଭେଟରାନ ଫୁଟ୍‌ବଲର ହାମସାକୋୟା ୧୯୮୦ଦଶକରେ ମହାରାଷ୍ଟ୍ର ରାଜ୍ୟ ତରଫରୁ ସନ୍ତୋଷ ଟ୍ରଫି ବ୍ୟତୀତ କଲିକତାର ଶକ୍ତିଶାଳୀ କ୍ଲବ ମୋହନବାଗାନ କ୍ଲବରୁ ମଧ୍ୟ ଖେଳିଥିଲେ। ସେ ଓ୍ବିଙ୍ଗ୍‌ ବ୍ୟାକ୍‌ ପୋଜିିଶନରେ ଖେଳିଥାନ୍ତି। ସେ ଦୁଇଥର ଜାତୀୟ କ୍ୟାମ୍ପକୁ ଡକରା ପାଇଥିଲେ ମଧ୍ୟ କେବେ ଦେଶ ତରଫରୁ ଖେଳି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ଭାରତ ନା ପାକିସ୍ତାନ କିଏ ଜିତିବ ସ୍ବର୍ଣ୍ଣ ପଦକ? 2026 ଏସୀୟ କ୍ରୀଡାର ଫାଇନାଲରେ ମୁହାଁମୁହିଁ ହେବେ ଏମାନେ, ବୁଝନ୍ତୁ ଗଣିତ

ନୂଆଦିଲ୍ଲୀ,୧।୧୦: ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି। କ୍ରିକେଟ ପଡ଼ିଆରେ ପୁଣିଥରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?