କରୋନାରେ ମୃତ୍ୟୁ ହୋଇଥିବା ୮୨ ପ୍ରତିଶତ ବ୍ୟକ୍ତିଙ୍କ ବୟସ ୫୦ରୁ ଊର୍ଦ୍ଧ୍ୱ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୦।୫: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ରବିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି, ଦିଲ୍ଲୀରେ କରୋନାରେ ମୃତ୍ୟୁ ହୋଇଥିବା ପ୍ରାୟ ୮୨ ପ୍ରତିଶତ ବ୍ୟକ୍ତିଙ୍କ ବୟସ ୫୦ ବର୍ଷରୁ ଊର୍ଦ୍ଧ୍ୱ। ଏକ ଖବରଦାତା ସମ୍ମିଳନୀରେ ସେ ଏହା ପ୍ରକାଶ କରିବା ସହ ଲୋକମାନଙ୍କୁ ସବୁ ପ୍ରକାର ସ୍ବାସ୍ଥ୍ୟ ସଚେତନତା ପାଳନ କରିବାକୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି ପ୍ରାୟ ୭ହଜାର ସଂକ୍ରମିତଙ୍କ ମଧ୍ୟରୁ ପ୍ରଖାପାଖି ୧,୫୦୦ ହସ୍ପିଟାଲରେ ଥିବା ବେଳେ ସେମାନଙ୍କ ମଧ୍ୟରୁ ମାତ୍ର ୨୭ ଜଣ ଭେଣ୍ଟିଲେଟରରେ ରହିଛନ୍ତି। ଆଉ ୭୫ ପ୍ରତିଶତ ସଂକ୍ରମିତ ସାମାନ୍ୟ ଆକ୍ରାନ୍ତ ବା ସେମାନଙ୍କ ପାଖରେ କୌଣସି ଲକ୍ଷଣ ଦେଖାଯାଉ ନାହିଁ। ତେବେ କରୋନା ଯୋଦ୍ଧା ଓ ହେଲ୍‌ଥ କେୟାର ପ୍ରଫେଶନାଲଙ୍କ ପାଇଁ ରାଜୀବ ଗାନ୍ଧୀ ସୁପର ସ୍ପେଶାଲିଟି ହସ୍ପିଟାଲରେ ସମସ୍ତ ବ୍ୟବସ୍ଥା କରାଯାଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ। ସୂଚନାଯୋଗ୍ୟ, ଏବେ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬,୯୨୩ ଥିବା ବେଳେ ପ୍ରାୟ ୭୩ ଜଣଙ୍କ ମୃତ୍ୟୁ ହୋଇଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ସମୁଦ୍ର ଗର୍ଭରୁ ମିଳିଲା ସୁନାର ଭଣ୍ଡାର ସାଙ୍ଗକୁ ପୁଳାପୁଳା ଟଙ୍କା; ହେଲେ ସୁନା ମୁଦି ଖୋଲିଦେଲା ବଡ଼ ରହସ୍ୟ

ସମୁଦ୍ରର ଗଭୀରତାରେ ପୋତି ହୋଇ ରହିଥିବା ଗୋଟିଏ ଜାହାଜ ପ୍ରାୟ ୧,୩୦୦ ବର୍ଷ ପରେ ଇତିହାସର ଏପରି ଏକ ପୃଷ୍ଠା ସାମ୍ନାକୁ ଆଣିଛି, ଯାହାକୁ ଦେଖି ବୈଜ୍ଞାନିକମାନେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଉଚ୍ଚ ଶ୍ରେଣୀରେ କମୁଛି ଛାତ୍ରୀଛାତ୍ରଙ୍କ ଆନନ୍ଦଦାୟକ ସ୍ଥିତି

ମୁମ୍ବାଇ, ୨୨ା୮ : ଭାରତରେ ଛାତ୍ରୀଛାତ୍ରଙ୍କ ବର୍ଷକୁ ବର୍ଷ ଶ୍ରେଣୀ ବୃଦ୍ଧି ପାଇବା ସହ ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଏବଂ ଆତ୍ମବିଶ୍ୱାସରେ ହ୍ରାସ ପାଉଥିବା ଏକ ନୂତନ…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri