କରୋନା ଆକ୍ରାନ୍ତଙ୍କ ନାମରେ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗ, କୋଭିଡ଼ ହସ୍ପିଟାଲ ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଦେବଗଡ଼,୨୯ା୫(ଡି.ଏନ.ଏ.) – ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କଠାରୁ ଆରମ୍ଭ କରି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ କରୋନା ଯୋଦ୍ଧା କୁହାଯାଉଥିବା ସ୍ବାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀ ଓ ପୋଲିସ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରାଯାଉଛି। କିନ୍ତୁ ଦେବଗଡ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଜଣେ କରୋନା ସଂକ୍ରମିତ ବ୍ୟକ୍ତି ଉକ୍ତ ହସ୍ପିଟାଲରେ କାର୍ଯ୍ୟରତ ସଫେଇ କର୍ମଚାରୀ ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଅଭିଯୋଗ ହୋଇଛି। ଏ ନେଇ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବାରୁ ଗୁରୁବାର କୋଭିଡ ହସ୍ପିଟାଲର ସଫେଇ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ। ତେବେ ବିଭାଗୀୟ ଅଧିକାରୀ ବୁଝାଶୁଝା କରିବା ପରେ ସଫେଇ କର୍ମଚାରୀମାନେ ପୁଣି ଥରେ କାର୍ଯ୍ୟରେ ଯୋଗ ଦେଇଥିବା ଜଣାପଡିଛି।
ପ୍ରକାଶ ଯେ, ଗତ ୨୪ ତାରିଖରେ ଚିହ୍ନଟ ହୋଇଥିବା ଦେବଗଡ ଜିଲାର ୨୨ ଜଣ କରୋନା ସଂକ୍ରମିତ ରୋଗୀଙ୍କୁ ଚିକିତ୍ସା ନିମନ୍ତେ ଦେବଗଡ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ତିଲେଇବଣି ବ୍ଲକ କଂସର ପଞ୍ଚାୟତ ଅଞ୍ଚଳର ଜଣେ ପଞ୍ଚାୟତସ୍ତରୀୟ ନେତା ରହିଛନ୍ତି। ତେବେ ସେ ହସପିଟାଲରେ ଭର୍ତ୍ତିି ହେବା ପରଠାରୁ ସେଠାରେ କାର୍ଯ୍ୟରତ ସ୍ବାସ୍ଥ୍ୟ ଓ ସଫେଇ କର୍ମଚାରୀମାନଙ୍କୁ ଅଶ୍ଲିଳ ଭାଷାରେ ଗାଳିଗୁଲଜ କରିବାରୁ ଅସନ୍ତୋଷ ଲାଗି ରହିଥିଲା। ଏ ନେଇ ବୁଧବାର କୋଭିଡ ହସ୍ପିଟାଲରେ କାର୍ଯ୍ୟରତ ୩୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ତେବେ ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବାରୁ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ। ଖବର ପାଇ ଜିଲା ମୁଖ୍ୟ ଚିକତ୍ସାଧିକାରୀ ଡ. ମନୋଜ କୁମାର ଉପାଧ୍ୟାୟ, ଡ. ମନୋଜ କୁମାର ପଣ୍ଡା, ଡ. ପ୍ରଭାତ କୁମାର ଓଝା ଓ ଜାତୀୟ ସ୍ବାସ୍ଥ୍ୟ ମିଶନର ଡିପିଏମ ଉମେଶ ପ୍ରସାଦ ଷଢଙ୍ଗୀ ପ୍ରମୁଖ ଆନ୍ଦୋଳନସ୍ଥଳରେ ପହଞ୍ଚି କର୍ମଚାରୀମାନଙ୍କ ସହ ଆଲୋଚନା କରି ବୁଝାଶୁଝା କରିବା ପରେ କର୍ମଚାରୀମାନେ ପୁଣି କାର୍ଯ୍ୟରେ ଯୋଗ ଦେଇଛନ୍ତି। କର୍ମଚାରୀଙ୍କ ପ୍ରତି ସମ୍ପୃକ୍ତ କରୋନା ସଂକ୍ରମିତ ରୋଗୀ ଗାଳିଗୁଲଜ ସହ ଜାତିଆଣ ଆକ୍ଷେପ କରିବା, ସରକାରୀ ସମ୍ପତ୍ତି ନଷ୍ଟ କରିବା ଓ କର୍ମଚାରୀମାନଙ୍କୁ ହତ୍ୟା ଧମକ ଦେଇଥିବା ନେଇ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦେବଗଡ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୋଗ ଆଧାରରେ ଦେବଗଡ ଥାନା ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଦ୍ଦିନରେ ଖବରକାଗଜ ବିତରକ: ସହାୟତା ଦାବିରେ ଜିଲାପାଳଙ୍କ ନିକଟରେ ଫେରାଦ

ବରଗଡ଼ ଅଫିସ,୬।୬: ଘାତକ କରୋନା (କୋଭିଡ -୧୯) ଭୂତାଣୁ ସଂକ୍ରମଣ ଯୋଗୁ ଦେଶବ୍ୟାପୀ ଲକ୍‌ଡାଉନ କଟକଣା ଲାଗୁ ହୋଇଛି। ଏଥିରେ ଖବରକାଗଜ ବିତରକଙ୍କ ଜୀବନ ଜୀବିକା...

ପରକୀୟା ପ୍ରୀତିର କୁପରିଣତି: ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ବାମୀ

ଜଳେଶ୍ବର,୧୧।୨(ସ୍ବ.ପ୍ର.): ପରକୀୟା ପ୍ରୀତିର କୁପରିଣତି ସ୍ବରୂପ ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀଙ୍କ ଆତ୍ମସମର୍ପଣ। ଏଭଳି ଘଟଣା ଘଟିଛି ବାଲେଶ୍ବର ଜିଲା ରାଇବଣିଆ...

ମାଲକାନଗିରିରେ ପୁଣି ୩ କରୋନା ପଜିଟିଭ୍‌ ଚିହ୍ନଟ: ୨୫କୁ ବୃଦ୍ଧି ପାଇଲା ଆକ୍ରାନ୍ତଙ୍କ ସଂଖ୍ୟା

କୋରୁକୋଣ୍ଡା,୧୨ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଶୁକ୍ରବାର ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଟୁଇଟ୍‌ ଯୋଗେ ରାଜ୍ୟ ସରକାର ଏବଂ ଜିଲାପାଳ ସୂଚନା ଦେଇଛନ୍ତି। ଆକ୍ରାନ୍ତଙ୍କ...

ଉଚ୍ଛେଦ ପୂର୍ବରୁ ବସ୍ତିବାସିନ୍ଦାଙ୍କୁ ଥଇଥାନ କର

କଟକ ଅଫିସ,୧୪ା୮: ବିନା ଥଇଥାନରେ ଜଗତ୍‌ପୁର ଝାଡୁ ବସ୍ତି ସମେତ ଅନ୍ୟାନ୍ୟ ବସ୍ତି ଉଚ୍ଛେଦ ପ୍ରତିବାଦରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚ ପକ୍ଷରୁ କଟକ ଜିଲାପାଳଙ୍କ...

ହାଇୱାକୁ ଧକ୍କା ଦେଲା ବାଇକ: ୨ ମୃତ, ଜଣେ ଗୁରୁତର

ଗୋପାଳପୁର/କନିଷି,୧୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ ନଂ. ଜାତୀୟ ରାଜପଥ ଗୋଳନ୍ଥରା ଚଟି ଛକରେ ସୋମବାର ମଧ୍ୟରାତ୍ରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇ...

ନଦୀରୁ ମିଳିଲା ନିଖୋଜ ଶିଶୁଙ୍କ ମୃତଦେହ

ଭଣ୍ଡାରିପୋଖରୀ, ୨୮।୭ (ଡି.ଏନ୍‌.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବନ୍ଦାଳୋ ମଢିଆଳି ପଞ୍ଚାୟତ ବନ୍ଦାଳୋ ଗ୍ରାମର ଜଗନ୍ନାଥ ରଣାଙ୍କ ୧୮ ମାସର ପୁଅ...

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା ଅଫିସ,୨୮ା୧- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ ମୟୂରଭଞ୍ଜ ଜିଲା ବାରିପଦାର...

ଜରୁରୀ ହେଲେ କପିଳାସ ଆସିବ ଅସୁସ୍ଥ ହାତୀ

ଢେଙ୍କାନାଳ ଅଫିସ, ୧୯।୧ – ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ୍‌ ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖେସରା ଜଙ୍ଗଲରେ ଅସୁସ୍ଥ ହୋଇପଡ଼ିଥିବା ଆନୁମାନିକ ୬ବର୍ଷର ଏକ...

Advertisement
Archives

Model This Week