କରୋନା ଆଗରେ କେହି ନୁହନ୍ତି ଅଜେୟ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୨୨।୩ : କରୋନା ସଂକ୍ରମଣ ସାରା ପୃଥିବୀରେ ମହାମାରୀ ଭଳି ମାଡ଼ି ଚାଲିଛି। ଏହାକୁ ରୋକିବାରେ ସମସ୍ତ ଦେଶ ବିଫଳ ହୋଇଛନ୍ତି। ଏହାର ପ୍ରତିଷେଧକ ଟୀକା ଏପର୍ଯ୍ୟନ୍ତ ମଧ୍ୟ ବାହାର କରିବାକୁ ଆଧୁନିକ ବିଜ୍ଞାନ ଅସଫଳ ରହିଛି। ଦିନ ରାତି ପୃଥିବୀର ହଜାର ହଜାର ବୈଜ୍ଞାନିକ ଏଭଳି ମହାମାରୀର ପ୍ରତିରୋଧର ସମାଧାନ ବାହାର କରିବା ଲାଗି ଉଦ୍ୟମ ଜାରି ରଖିଛନ୍ତି। ଚାଇନାରେ କରୋନା ଯୋଗୁ ମୃତ୍ୟୁ ଘଟିଥିବା ଲୋକଙ୍କୁ ଅନୁଧ୍ୟାନ କରିବା ପରେ ଅନୁମାନ କରାଯାଉଥିଲା ଏହା ଛୋଟ ପିଲା ଏବଂ ୫୦-୬୦ରୁ ଉର୍ଦ୍ଧ ବୟସ୍କଙ୍କ କ୍ଷେତ୍ରରେ ଘାତକ ହୋଇଥାଏ। ତେବେ ଚାଇନା ପରେ ଇଟାଲିକୁ ନିଜର ନୂଆ ଠିକଣା କରିଥିବା କରୋନା ଭୂତାଣୁ ଦ୍ୱାରା ହାରାହାରି ୮୧ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ପ୍ରକାଶ ପାଇଥିଲା। ତେଣୁ ସ୍ବତଃ ଅନୁମାନ କରାଯାଉଥିଲା ଯେ, କରୋନା ବୟସ୍କ ତଥା କମ ରୋଗ ପ୍ରତିରୋଧକ ଶକ୍ତି ଥିବା ବ୍ୟକ୍ତିଙ୍କୁ ହେବା ସ୍ବାଭାବିକ। ମାତ୍ର ଭାରତର ପାଟଣାରେ ରବିବାର ଜଣେ ୩୮ ବର୍ଷ ବୟସ୍କ ଯୁବକଙ୍କର କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଛି। ବିଭିନ୍ନ ଦେଶ ତଥା ଭୌଗୋଳିକ ପରିବେଶରେ କରୋନା ଭୂତାଣୁର ଭିନ୍ନ ଭିନ୍ନ କ୍ରିୟାଶୀଳତାକୁ ଦୃଷ୍ଟିରେ ରଖି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି ଯେ, କରୋନା ଆଗରେ କେହି ଅଜେୟ ନୁହନ୍ତି। ଏହା ଯେ, କୌଣସି ବୟସର ବ୍ୟକ୍ତିଙ୍କୁ ସଂକ୍ରମିତ ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri