କରୋନା ଆତଙ୍କ: ଦଲାଇ ଲାମାଙ୍କ ‘ପୋଟାଲା ପ୍ୟାଲେସ’କୁ ବନ୍ଦ କଲେ ଚାଇନା ସରକାର

ବେଜିଂ,୨୭।୧: କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି ଚାଇନା ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପ ଗ୍ରହଣ କରୁଛନ୍ତି। ସରକାର ତିବ୍ଦତରେ ଥିବା ଧର୍ମଗୁରୁ ଦଲାଇ ଲାମାଙ୍କ ବାସଭବନ ‘ପୋଟାଲା ପ୍ୟାଲେସ’କୁ ସୋମବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିଦେଇଛନ୍ତି। କରୋନା ଭାଇରସର ସଂକ୍ରମଣକୁ ରୋକିବା ଲାଗି ପୋଟାଲା ପ୍ୟାଲେସ ବନ୍ଦ କରାଯାଇଥିବା ଚାଇନା ସରକାର କହିଛନ୍ତି। ପୋଟାଲା ପ୍ୟାଲେସ ବୌଦ୍ଧ ଧର୍ମାବଲମ୍ବୀମାନଙ୍କ ପାଇଁ ସାଂସ୍କୃତିକ ଏବଂ ଧାର୍ମିକ କେନ୍ଦ୍ର ଭାବେ ପରିଚିତ। ପୋଟାଲା ପ୍ୟାଲେସ ତିବ୍ଦତର ମୁଖ୍ୟ ଆକର୍ଷଣ। ଏଠାକୁ ପ୍ରତିବର୍ଷ ବହୁ ସଂଖ୍ୟାରେ ପର୍ଯ୍ୟଟକ ଆସନ୍ତି। ତେଣୁ ରୋଗ ଅନ୍ୟତ୍ର ନ ବ୍ୟାପିବା ଲାଗି ଏହାକୁ ବନ୍ଦ କରାଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ଚାଇନାରେ କରୋନା ଭୂତାଣୁ ୫୦ ଜୀବନ ନେଲାଣି । ସେଠାରେ ସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ୧ ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଏହି ମାରାତ୍ମକ ଭୂତାଣୁର କେନ୍ଦ୍ରସ୍ଥଳ କୁହାଯାଉଥିବା ୟୁହାନ ସମେତ ୧୩ଟି ସହରକୁ ଗମନାଗମନ ବନ୍ଦ କରିଦିଆଯିବା ସହ ଏହି ସହରଗୁଡ଼ିକୁ ବାହ୍ୟଜଗତରୁ ଏକପ୍ରକାର ବିଚ୍ଛିନ୍ନ କରିଦିଆଯାଇଛି। ଏହି ମାରାତ୍ମକ ଭୂତାଣୁର କେନ୍ଦ୍ରସ୍ଥଳ କୁହାଯାଉଥିବା ୟୁହାନ ସମେତ ୧୩ଟି ସହରକୁ ଗମନାଗମନ ବନ୍ଦ କରିଦିଆଯିବା ସହ ଏହି ସହରଗୁଡ଼ିକୁ ବାହ୍ୟଜଗତରୁ ଏକପ୍ରକାର ବିଚ୍ଛିନ୍ନ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri