କରୋନା ଆତଙ୍କ: ମୃତ୍ୟୁ ସଂଖ୍ୟା ୨ଲକ୍ଷ ୩୯ ହଜାର ଟପିଲା; ୩୪ ଲକ୍ଷରୁ ଅଧିକ ସଂକ୍ରମିତ

ଓ୍ବାଶିଂଟନ,୨।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀରେ ମୃତକଙ୍କ ସଂଖ୍ୟା ୨ ଲକ୍ଷ ୩୯ ହଜାର ୫୮୬ରେ ପହଞ୍ଚିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩୪ ଲକ୍ଷ ୬୦୭ ଛୁଇଁଛି। ଆମେରିକାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ଲକ୍ଷ ୩୧ ହଜାର ୨୮୦ ଥିବାବେଳେ ମୃତକଙ୍କ ସଂଖ୍ୟା ୬୫ ହଜାର ୭୬୬ ରହିଛି। ଗତ ୨୪ ଘଣ୍ଟାରେ ଏଠାରେ ୧୮୮୩ ଜଣଙ୍କ ମୃତ୍ୟୁ ଘଟିଛି। ସ୍ପେନ୍‌ରେ ୨ଲକ୍ଷ ୪୨ ହଜାର ୯୮୮ ଜଣ ସଂକ୍ରମିତ ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୨୪ ହଜାର ୮୨୪ ରହିଛି। ଇଟାଲିରେ ମୃତକଙ୍କ ସଂଖ୍ୟା ୨୮ ହଜାର ୨୩୬ ଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୭ ହଜାର ୪୨୮ ରହିଛି। ବ୍ରିଟେନରେ ଗତ ୨୪ ଘଣ୍ଟା ମଧ୍ୟରେ ୭୩୯ ଲୋକଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୭୭ ହଜାର ୪୫୪ ରହିଛି ଏବଂ ମୃତକଙ୍କ ସଂଖ୍ୟା ୨୭ ହଜାର ୫୧୦ ରହିଛି। ଜାପାନରେ ସଂକ୍ରମିତଙ୍କ ସଂଖ୍ୟା ୧୫ ହଜାର ୨୫୭ ଥିବାବେଳେ ମୃତ୍ୟୁ ସଂଖ୍ୟା ୪୭୧ ଛୁଇଁଛି। ଏଠାରେ ଜାରି ହୋଇଥିବା ଜରୁରୀକାଳୀନ ସ୍ଥିତିର ସମୟ ସୀମା ମେ ୬ରେ ଶେଷ ହେବ। ତେବେ ଏହାର ଅବଧିଙ୍କୁ ପୁଣି ଏକ ମାସ ବଢ଼ାଇବା ଚିନ୍ତା କରାଯାଉଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri