Posted inଜାତୀୟ

କରୋନା ଆତଙ୍କ : ୧୧ ହାଇ ରିସ୍କ୍‌ ଦେଶ ସହିତ ଯାତ୍ରା କଟକଣା କରିପାରେ ଭାରତ !

ନୂଆଦିଲ୍ଲୀ,୩।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ପୃଥିବୀର ୬୭ ଦେଶରେ ଆତଙ୍କ ସୃଷ୍ଟି କରିଛି। ସେଥିମଧ୍ୟରୁ ୧୧ଟି ଦେଶରେ ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ଘଟିଛି। ଏପରିସ୍ଥଳେ ସରକାର ଏବଂ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଯଦି ସତର୍କତା ଅବଲମ୍ବନ ନ କରାଯାଏ ତେବେ ଭାରତରେ ବି କରୋନା ଆତଙ୍କ ଦେଖାଯିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି କୁହାଯାଉଛି। ଇତିମଧ୍ୟରେ ବେସାମରିକ ବିମାନ ଚଳାଚଳ ଉପ ନିର୍ଦ୍ଦେଶକ ସୁନୀଲ କୁମାର ଦେଶର ସମସ୍ତ ବିମାନ ବନ୍ଦରରେ ବିଦେଶୀ ଯାତ୍ରୀଙ୍କ ଯାଞ୍ଚ୍‌ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଚାଇନାର ଯାତ୍ରୀମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ୍‌ କରାଯିବ୍କୁ ନିର୍ଦ୍ଦେଶ ଜାରି ହୋଇଛି। ଦେଶର ୨୧ଟି ବିମାନ ବନ୍ଦର ଏବଂ ୧୨ଟି ବନ୍ଦରରେ ଯାତ୍ରୀଙ୍କ ସ୍ର୍କିନିଂ କରାଯାଉଛି। ବର୍ତ୍ତମାନ ସୁଦ୍ଧା ବିମାନ ବନ୍ଦରରେ ୫ ଲକ୍ଷ ୫୭ ହଜାର ଯାତ୍ରୀଙ୍କ ଯାଞ୍ଚ୍‌ ହୋଇଛି। ସେହିପରି ବନ୍ଦରରେ ୧୨,୪୩୧ ଯାତ୍ରୀଙ୍କ ସ୍ବାସ୍ଥ୍ୟ ଯାଞ୍ଚ୍‌ କରାଯାଇଛି। ଏହା ସହିତ ଇଟାଲୀ, ଇରାନ୍‌, ଦକ୍ଷିଣ କୋରିଆ, ଜାପାନ, ଭିଏତନାମ୍‌, ହଂକଂ, ନେପାଳ, ମାଲେସିଆ, ସିଙ୍ଗାପୁର, ଇଣ୍ଡୋନେସିଆ, ଥାଇଲାଣ୍ଡ୍‌ ଆଦି ୧୧ଟି ଦେଶର ଯାତ୍ରୀଙ୍କ ସ୍ବାସ୍ଥ୍ୟ ଯାଞ୍ଚ୍‌କୁ କଡ଼ାକଡ଼ି କରାଯାଇଛି। ଏସବୁ ଦେଶ ସହିତ ଯାତ୍ରା ଉପରେ କଟକଣା ଜାରି ନ କରାଗଲେ ଆଗାମୀ ଦିନରେ ଭାରତରେ ମଧ୍ୟ କରୋନା ସଂକ୍ରମଣ ହେବାର ଆଶଙ୍କା ଥିବା କୁହାଯାଉଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାର ଚାଇନା, ଦକ୍ଷିଣକୋରିଆ, ଇଟାଲୀ, ଇରାନ୍‌ ଏବଂ ସିଙ୍ଗାପୁର ଆଦି ଦେଶକୁ ଯାତ୍ରା ନ କରିବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri