କରୋନା କଟକଣାକୁ ମାନି ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକୁ ପାଳନ କରନ୍ତୁ, ‘ବନ୍ଦେ ଉତ୍କଳ ଜନନୀ’ ଗାନ କରନ୍ତୁ: ଦାସବର୍ମା

ଭୁବନେଶ୍ୱର,୨୯।୫(ବ୍ୟୁରୋ): ସାରା ବିଶ୍ୱ ବର୍ତ୍ତମାନ କରୋନା ମହାମାରୀର ମୁକାବିଲା କରିବାରେ ଲାଗିଛି। ସେହି କ୍ରମରେ ଭାରତ ମଧ୍ୟ କରୋନା ସହ ବଡ ଧରଣର ଲଢେଇ ଲଢୁଛି। ଏହି ଲଢେଇରେ ପ୍ରମୁଖ ଭୂମିକା ତୁଲାଉଥିବା ତଥା ଯୋଦ୍ଧା ରୂପେ ନିଜର କର୍ତ୍ତବ୍ୟ ତୁଲାଉଛନ୍ତି ସ୍ବାସ୍ଥ୍ୟକର୍ମୀ, ଡାକ୍ତର, ପୋଲିସ କର୍ମଚାରୀ, ଅଶା ଦିଦି, ସରପଞ୍ଚ ଓ ଅଙ୍ଗନବାଡି କର୍ମୀ। ସେମାନଙ୍କୁ ସମ୍ମାନିତ କରିବା ପାଇଁ ଏବଂ ସେମାନଙ୍କ ମନୋବଳ ବୃଦ୍ଧି କରିବା ପାଇଁ ରାଜ୍ୟ ଭିତରେ ଏବଂ ବାହାରେ ରହୁଥିବା ଓଡ଼ିଆମାନଙ୍କୁ ଆସନ୍ତା ଶନିବାର ଅପରାହ୍ନ ୫ଟା ୩୦ମିନିଟରେ ସାମୁହିକ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବା ପାଇଁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି। ଏହି ଆହ୍ବାନକୁ ସକାରାତ୍ମକ ଭାବେ ବିଭିନ୍ନ ରାଜନୈତିକ ଦଳ ଓ ସାମାଜିକ ସଂଗଠନ ସହ ବିଜେଡି ୩୦ଟି ଜିଲା ଓ ୨ଟି ସାଂଗଠନିକ ଜିଲା ସହିତ ରାଜ୍ୟର ସମସ୍ତ ଆଇକନିକ ସ୍ଥାନରେ ସାମାଜିକ ଦୂରତା ରକ୍ଷାକରି ଏହି କାର୍ଯ୍ୟକ୍ରମ ପାଳନ କରିବା ପାଇଁ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ସଞ୍ଜୟ ଦାସ ବର୍ମା ଶୁକ୍ରବାର ଅନୁରୋଧ କରିଛନ୍ତି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଏହି ଆହ୍ବାନକୁ ସମ୍ମାନ ଜଣାଇ ବିଜେଡିର ତୃଣମୂଳସ୍ତରର କର୍ମୀ, ନିର୍ବାଚିତ ପ୍ରତିନିଧି, ବିଧାୟକମନେ ନିଜ ନିଜ ଅଞ୍ଚଳରେ ସମୂହ ବନ୍ଦେ ଉତ୍କଳ ଜନନୀ ଗାନ କରିବା ସହିତ ଅନ୍ୟମାନଙ୍କୁ ଏଥିରେ ସାମିଲ କରିବା ପାଇଁ ସଞ୍ଜୟ ନିବେଦନ କରିଛନ୍ତି।

ଦାସବର୍ମା କହିଛନ୍ତି, ନବୀନ ସରକାରଙ୍କ ୫ମ ପାଳିର ପ୍ରଥମ ବର୍ଷ ଶୁକ୍ରବାର ପୂରଣ ହୋଇଛି। ୫ମ ଥର ପାଇଁ ବିପୁଳ ଭୋଟରେ ବିଜେଡିକୁ ସେବା କରିବା ପାଇଁ ରାଜ୍ୟବାସୀ ସୁଯୋଗ ଦେଇଛନ୍ତି। ଏହି ଏକ ବର୍ଷ ମଧ୍ୟରେ ନବୀନ ସରକାର ଓ ରାଜ୍ୟବାସୀ ୪ଟି ବଡ ବିପର୍ଯ୍ୟୟ ଯଥା ଫନି, ବୁଲବୁଲ, କରୋନା ଏବଂ ନିକଟରେ ସଂଗଠିତ ହୋଇଥିବା ଅମ୍ପନର ସଫଳ ମୁକାବିଲା କରିଛନ୍ତି। ଏହି ବିପର୍ଯ୍ୟୟକୁ ସଫଳତାର ସହ ମୁକାବିଲା କରି ନବୀନ ସରକାର ରାଜ୍ୟ ପାଇଁ ପ୍ରଶଂସା ଆଣି ପାରିଛନ୍ତି। ବିଜେଡି ସରକାର ସମୟରେ ‘ମୋ ସରକାର’ ଓ ’୫-ଟି’ କାର୍ଯ୍ୟକ୍ରମକୁ ପ୍ରଚଳିତ କରିିଛନ୍ତି। ପୁରୀର ଶ୍ରୀଜଗନ୍ନାଥ ମନ୍ଦିର, ଭୁବନେଶ୍ୱରର ଶ୍ରୀଲିଙ୍ଗରାଜ ମନ୍ଦିର, କେନ୍ଦ୍ରାପଡ଼ାର ବଳଦେବ ଜିଉ,ସମ୍ବଲପୁର ସମଲେଶରୀ , ଗଞ୍ଜାମର ତାରାତାରିଣୀ, ବାରିପଦାର ଜଗନ୍ନାଥ ମନ୍ଦିରର ସୌନ୍ଦର୍ଯ୍ୟକରଣ ଉପରେ ବିଶେଷ ଧ୍ୟାନ ଦେଇଛନ୍ତି। ସରକାର ସବୁଠାରୁ ଆହ୍ବାନର ସମ୍ମୁଖୀନ ହେଉଥିବା ସ୍ବାସ୍ଥ୍ୟସେବାକୁ ଉତ୍ତର ଦାୟିତ୍ୱର ସହ ସୁନିଶ୍ଚିତ କରିବା ପାଇଁ ପ୍ରତ୍ୟକ ଜିଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରିବା ଉପରେ ଯଥେଷ୍ଟ ଗୁରୁତ୍ୱ ଦେଇଛନ୍ତି। ସେହିପରି ସର୍ବପୁରାତନ ଏସିବି ମେଡିକାଲ କଲେଜର ନବୀକରଣ ଓ ଉଚ୍ଚତର ସ୍ବାସ୍ଥ୍ୟସେବା ପାଇଁ ଦେଢ଼ ହଜାର କୋଟି ଟଙ୍କା ବ୍ୟୟରେ ଏହାର ପୁନଃନିର୍ମାଣ କାର୍ଯ୍ୟ ଆରମ୍ଭ କରିଛନ୍ତି ବୋଲି ସେ କହିଛନ୍ତି।

ସେହିପରି ଦାସବର୍ମା କହିଛନ୍ତି, ନବୀନ ସରକାର ଗତ ବର୍ଷକ ମଧ୍ୟରେ ବହୁ ବାଧାବିଘ୍ନ ସହିତ ଉତ୍ତମ ମୁକାବିଲା ମାଧ୍ୟମରେ ରାଜ୍ୟର ଶାସନ ବ୍ୟବସ୍ଥା ଓ ରାଜ୍ୟବାସୀଙ୍କ ଧୌର୍ଯ୍ୟକୁ ସାରା ଦେଶ ଏବଂ ବିଶ୍ୱରେ ଏକ ମଡେଲ ଭାବେ ଉପସ୍ଥାପିତ କରିବାରେ ସ୍ବତନ୍ତ୍ର ଲାଣ୍ଡମାର୍କ ସୃଷ୍ଟି କରିପାରିଛନ୍ତି। ସବୁ କ୍ଷେତ୍ରରେ ଆମ ରାଜ୍ୟକୁ ଚାରିଆଡୁ ପ୍ରଶଂସା ମିଳୁଛି।  ଏହି ସମୟରେ କରୋନାକୁ ମୁକାବିଲା କରୁଛେ । ରାଜ୍ୟବାସୀଙ୍କ ସାର୍ଥ ଓ ଜୀବନ ରକ୍ଷା ରାଜ୍ୟ ସରକାରଙ୍କ ପ୍ରମୁଖ ଦାୟିତ୍ୱ ବୋଲି ସରକାର ଘୋଷଣା କରିଛନ୍ତି। ଏହି କଠିନ ସମୟରେ ରାଜ୍ୟର ବୃହତ୍ତର ସ୍ବାର୍ଥ ପାଇଁ ସମ୍ମିଳିତ ଉଦ୍ୟମ ଉପରେ ସେ ଗୁରୁତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri