କରୋନା କଟକଣା: ନିୟମ ମାନିବାକୁ ତାଗିଦ୍‌, କାଲିଠୁ ନିଆଯିବ କାର୍ଯ୍ୟାନୁଷ୍ଠାନ

ଆରଡି,୨୬।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡି ଫାଣ୍ଡି ଅଧୀନରେ ଥିବା ୪ ପଞ୍ଚାୟତ ଆରଡି, ନାନ୍ଦପୁର, ସୁନ୍ଦରପୁର, ଓଳଗ ଆଦି ପଞ୍ଚାୟତର ବିଭିନ୍ନ ଛକ ଜାଗାରେ ଧୂଷୁରୀ ଥାନା ପୋଲିସ ଓ ଚାନ୍ଦବାଲି ତହସିଲ ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ମିଳିତ ଚଢାଉ କରାଯାଇଛି । ଧୂଷୁରୀ ଥାନାଧିକାରୀ ପ୍ରଫୁଲ୍ଲ କୁମାର ସିଂ ପୋଲିସ ଟିମ୍‌ ସହ ଆସି ଫାଣ୍ଡି ପୋଲିସ ସହାୟତାରେ ସୁନ୍ଦରପୁର, ଦୋହରାପାଟଣା, ମଠଡିହ, ପହଣା ଆରଡି ଆଦି ଛକରେ ଶୁକ୍ରବାରଠାରୁ ଦୋକାନ ନ ଖୋଲିବାକୁ ତାଗିଦ କରିଥିଲେ । ତାଙ୍କ ସହ ଚାନ୍ଦବାଲି ଅତିରିକ୍ତ ତହସିଲଦାର ପ୍ରଶାନ୍ତ କୁମାର ମହାରଣା ଯୋଗଦେଇ ସଚେତନତା ଉପରେ ଗୁରୁତ୍ୱ ଦେଇଥିଲେ । ଜଣେ ବ୍ୟବସାୟୀ ଯୁକ୍ତି କରିବାରୁ ତାଙ୍କୁ ଆରଡି ଫାଣ୍ଡିରେ ଅଟକ ରଖିବା ସହ ସର୍ତ୍ତ ରଖି ଛାଡିଥିଲେ । ପୋଲିସ ଗୁରୁବାର କେବଳ ତାଗିଦ କରିଛି, ଶୁକ୍ରବାର ଘରୁ ବାହାରିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅଧିକାରୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?