କରୋନା ଗ୍ରାଫ୍‌ କମିଲେ ବି ଲିଭୁନି ଜୁଇ ନିଆଁ: ୨୪ ଘଣ୍ଟାରେ ୪,୫୨୯ ମୃତ…

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷରୁ କମ୍‌ ରହିଛି। ଏହି ସମୟ ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୭ ହଜାର ୩୩୪ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୪,୫୨୯ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନରେ କାଠର ଅଭାବ ଦେଖାଦେଇଛି। ସେହିପରି କବରସ୍ତାନରେ ସ୍ଥାନର ଅଭାବ ସୃଷ୍ଟି ହୋଇଛି। କରୋନା ଗ୍ରାଫ୍‌ କମିଲେ ବି ଶ୍ମଶାନରେ ଜୁଇ ନିଆ ଲିଭିବାର ନା ଧରୁନି। ବର୍ତ୍ତମାନ ସୁଦ୍ଧା ୧୮ କୋଟି ୫୮ ଲକ୍ଷ ୯ ହଜାର ୩୦୨ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୨ କୋଟି ୩ ଲକ୍ଷ ୧ ହଜାର ୧୭୭ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri