କରୋନା ଚିହ୍ନଟ କରିବ କୁକୁର!

ଲଣ୍ଡନ: କରୋନା ଭୂତାଣୁ ଯୋଗୁ ସମଗ୍ର ବିଶ୍ୱବାସୀ ଚିନ୍ତାରେ। ଏହି ମାରାତ୍ମକ ଭୂତାଣୁ ଯୋଗୁ ହଜାର ହଜାର ଲୋକଙ୍କ ଜୀବନ ହାନି ହୋଇସାରିଥିବା ବେଳେ ଲକ୍ଷାଧିକ ଲୋକ ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତି। ଏଭଳି ପରିସ୍ଥିତିରେ ପ୍ରତ୍ୟେକ ଦେଶର ବୈଜ୍ଞାନିକମାନେ ଦିନରାତି ଏକ କରି ଏହି ଭୂତାଣୁ ରୋକିବାକୁ ପ୍ରାଣପଣେ ଚେଷ୍ଟା ଚଳାଇଛନ୍ତି। ଇତିମଧ୍ୟରେ କିଛି ବୈଜ୍ଞାନିକ ଏକ ନୂଆ ଉପାୟ ଖୋଜି ପାଇଛନ୍ତି। ଯାହାଦ୍ୱାରା ଏହି ଭୂତାଣୁ ବ୍ୟାପିବାକୁ ରୋକାଯାଇପାରିବ। ବାସ୍ତବରେ ଏହି ମହାମାରୀକୁ ରୋକିବାରେ କୁକୁରମାନଙ୍କ ସହାୟତା ନିଆଯିବ। କୁକୁର ଶୁଙ୍ଘି ଏହି ଭୂତାଣୁ ଚିହ୍ନଟ କରିବ ବୋଲି ବୈଜ୍ଞାନିକମାନେ କହିଛନ୍ତି।


ସାଧାରଣତଃ ମଣିଷ ତୁଳନାରେ କୁକୁରର ଘ୍ରାଣଶକ୍ତି ୧୦ ହଜାର ଗୁଣ ଅଧିକ। ଖାଲି ଏତିକି ନୁହେଁ, ଡ୍ରଗ୍ସ ଏବଂ ବିସ୍ଫୋରକ ସାମଗ୍ରୀ ଚିହ୍ନଟ କରିବାର କ୍ଷମତା ମଧ୍ୟ କୁକୁରମାନଙ୍କର ରହିଛି। ଲଣ୍ଡନ୍‌ ସ୍କୁଲ ଅଫ୍‌ ହାଇଜିନ୍‌ ଏବଂ ଟ୍ରପିକାଲ ମେଡିସିନ୍‌ ଦ୍ୱାରା କରାଯାଇଥିବା ଏକ ଅନୁସନ୍ଧାନରୁ ଜଣାପଡ଼ିଛି ଯେ, କୁକୁରମାନେ ଶ୍ୱାସରୋଗ ସହିତ ଜଡ଼ିତ ଯେକୌଣସି ରୋଗକୁ ସହଜରେ ଜାଣିପାରିଥାନ୍ତି। କୁକୁରମାନେ ଶୁଙ୍ଘି ମ୍ୟାଲେରିଆ ଭଳି ରୋଗ ମଧ୍ୟ ଚିହ୍ନଟ କରିବାରେ ସକ୍ଷମ ଅଟନ୍ତି। ଏହି କଥା ଜଣାପଡ଼ିବା ପରେ ବ୍ରିଟେନ୍‌ର ଚାରିଟେବୁଲ ଟ୍ରଷ୍ଟ ବୈଜ୍ଞାନିକମାନଙ୍କ ସହିତ ମିଶି ଏହା ଉପରେ ଗବେଷଣା ଜାରି ରଖିଛି। କୁକୁର କରୋନା ଭାଇରସ୍‌ ଚିହ୍ନଟ କରିବାରେ ସହଯୋଗ କରିପାରିବ କି ନାହିଁ ତାହା ଜାଣିବା ପାଇଁ ଚେଷ୍ଟା ଚଳାଇଛି। ଅନୁଷ୍ଠାନ ପକ୍ଷରୁ କୁହାଯାଇଛି, ଏନେଇ କୁକୁରମାନଙ୍କୁ ସ୍ବତନ୍ତ୍ର ତାଲିମ ଦେବାକୁ ପଡ଼ିବ। ଏଥିସହ ଉକ୍ତ ସଂସ୍ଥା ଏହା ଉପରେ ପ୍ରସ୍ତୁତି ମଧ୍ୟ ଆରମ୍ଭ କରିଦେଇଛି।
ଲଣ୍ଡନ ସ୍କୁଲ୍‌ ଅଫ୍‌ ହାଇଜିନ୍‌ ଏବଂ ଟ୍ରପିକାଲ ମେଡିସିନ୍‌ର ରୋଗ ନିୟନ୍ତ୍ରଣ ମୁଖ୍ୟ କହିଛନ୍ତି, କୁକୁରମାନେ ମ୍ୟାଲେରିଆକୁ ସଠିକ୍‌ ଭାବରେ ଚିହ୍ନଟ କରିବାରେ ସକ୍ଷମ ଅଟନ୍ତି। ତେଣୁ ମହାମାରୀ କରୋନା ଭୂତାଣୁ ଚିହ୍ନଟ କରିବାରେ କୁକୁରମାନେ ସହାୟକ ହେବେ ବୋଲି ଆଶା ଏବଂ ବିଶ୍ୱାସ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ଭାରତ ପାଖରେ ଅଛି କେତେ ପରମାଣୁ ଅସ୍ତ୍ର, ଆସିଲା ନୂଆ ରିପୋର୍ଟ: ଚାଇନା-ପାକିସ୍ତାନକୁ ଲାଗିପାରେ ୪୪୦ ଭୋଲ୍ଟର ଝଟ୍‌କା

ନୂଆଦିଲ୍ଲୀ,୯।୬: ଅସ୍ତ୍ରଶସ୍ତ୍ର ଉପରେ ନଜର ରଖୁଥିବା ଏକ ବିଶ୍ୱସ୍ତରୀୟ ସଂସ୍ଥା SIPRIର ଭାରତକୁ ନେଇ ଏଲକ ଆଶ୍ଚର୍ଯ୍ୟଜନକ ଦାବି କରିଛି। ଭାରତ ଅତିକମ୍‌ରେ ବ୍ୟବହାର ପାଇଁ ୧୨ଟି…

ଧମାକା କରିବେ ସନ୍ନି: ଦର୍ଶକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ପୁଣି ପରଦାରେ ଧମାକା କରିବାକୁ ଯାଉଛନ୍ତି ସନ୍ନି ଦେଓଲ। ‘ବର୍ଡର’ ସହିତ ବକ୍ସ ଅଫିସରେ ସୁପରହିଟ୍‌ ହେବା ପରେ ସନ୍ନିଙ୍କ କ୍ରେଜ୍‌ ଆହୁରି ବଢିଯାଇଛି। ଦର୍ଶକ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri