କରୋନା ତଥ୍ୟ ଦେଇଥିବା ଚାଇନା ଡାକ୍ତରଙ୍କ ନାମ ଅନୁସାରେ ନାମିତ ହେବ ଆମେରିକାର ସଡ଼କ !

ଓ୍ବାଶିଂଟନ,୮।୫: କରୋନା ଭାଇରସ ସମ୍ପର୍କରେ ଚାଇନାର ଯେଉଁ ଡାକ୍ତର ପ୍ରଥମେ ବିଶ୍ୱକୁ ସୂଚନା ଦେଇଥିଲେ ତାଙ୍କ ନାଁ ଅନୁସାରେ ଆମେରିକା ଓ୍ବାଶିଂଟନ ସହରର ଯେଉଁ ଷ୍ଟ୍ରିଟରେ ଚାଇନା ଦୂତାବାସ ରହିଛି ତା’ର ନାମକୁ ପରିବର୍ତ୍ତନ କରିବାକୁ ଆମେରିକା ସିନେଟର କେତେଜଣ ସଦସ୍ୟ ପ୍ରସ୍ତାବ ଦେଇଥିବା ଜଣାପଡିଛି। ଚାଇନାର ଡାକ୍ତର ଲି ଓ୍ବେନଲିଆଙ୍ଗ ପ୍ରଥମେ ଚାଇନାର ଉହାନ ସହରରେ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ରୋଗୀଙ୍କୁ ଚିହ୍ନଟ କରିଥିଲେ। ସେ ତାଙ୍କର କେତେଜଣ ସାଥି ଡାକ୍ତରଙ୍କୁ କହିଥିଲେ କେତେଜଣ ରୋଗୀଙ୍କଠାରେ ସାର୍ସ ଭଳି ଲକ୍ଷଣ ପ୍ରକାଶ ପାଇଛି। ଗାର୍ଡିୟନରେ ପ୍ରକାଶିତ ଏକ ଖବରରୁ ଜଣାପଡିଛି ଡାକ୍ତର ଲି ଓ୍ବେନଲିଆଙ୍ଗଙ୍କୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏଭଳି ମନ୍ତବ୍ୟ ଦେବାକୁ ବାରଣ କରାଯାଇଥିଲା। ଏହାସହ ଚାଇନା ସରକାର ଏହାକୁ ନେଇ ଡାକ୍ତର ଲି ଓ୍ବେନଲିଆଙ୍ଗଙ୍କୁ ଡରାଇବା, ଧମକାଇବା ସହ ଆଇନ ଅନୁଯାୟୀ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିବା ଆଲୋଚନା ହୋଇଥିଲା। ଶେଷରେ ତାଙ୍କର କୋଭିଡ-୧୯ ସଂକ୍ରମଣରେ ମୃତ୍ୟୁ ହୋଇଥିବା ଖବର ମଧ୍ୟ ମିଳିଥିଲା। ଏହାପରେ ଚାଇନାର ସୋସିଆଲ ମିଡିଆରେ ମଧ୍ୟ ଲୋକଙ୍କ ରାଗ ଦେଖିବାକୁ ମିଳିଥିଲା। ଅନ୍ୟପଟେ ଆଲୋଚନା ହେଉଛି କି ଆମେରିକା ସିନେଟରମାନେ ଯେଉଁ ପ୍ରସ୍ତାବ ଦେଇଛନ୍ତି ତାହା କାର୍ଯ୍ୟକାରୀ ହେବା ଏତେ ସହଜ କଥା ନୁହେଁ। କାରଣ ୨୦୧୪ରେ ମଧ୍ୟ ଏଭଳି ଏକ ପ୍ରସ୍ତାବ ଦିଆଯାଇଥିଲା। ଚାଇନା ଦୂତାବାସ ଥିବା ଷ୍ଟ୍ରିଟକୁ ଚାଇନାର ଜଣେ ନୋବେଲ ବିଜେତାଙ୍କନାମରେ ନାମିତ କରାଯାଉ ବୋଲି।


Enter your email to get our daily news in your inbox.

All Right Reserved By Dharitri.Com

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଟେନସା/ବଣାଇଁ,୧୧।୪(ସମୀର କୁମାର ପାଢ଼ୀ/ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri