କରୋନା ନିୟମ କଡ଼ାକଡ଼ି ପାଳନ କର

ଅନୁଗୋଳ ଅଫିସ, ୧୮।୪ – ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟିର ଏକ ସ୍ବତନ୍ତ୍ର ବୈଠକ ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ମନୋଜ କୁମାର ମହାନ୍ତି ଅଧ୍ୟକ୍ଷତା କରି ଚଳିତ ଗ୍ରୀଷ୍ମ ସମୟରେ ଜଳକ୍ଳିଷ୍ଟ ଅଞ୍ଚଳ ଚିହ୍ନଟ ସହ ପ୍ରତି ୩ ଦିନରେ ଜଳ ନମୁନା ପରୀକ୍ଷା କରିବାକୁ ପରାମର୍ଶ ଦେଇଥିଲେ। ସେହିପରି ଜିଲାରେ କରୋନା ଭୂତାଣୁ ସଂକ୍ରମଣ ଯେପରି ନ ହୁଏ ସେଥିପାଇଁ ସରକାରଙ୍କ ପକ୍ଷରୁ ପ୍ରଚଳିତ ନିୟମାବଳୀର କଡ଼ାକଡ଼ି ପାଳନ ସମ୍ପର୍କରେ ଜିଲାପାଳ ସମୀକ୍ଷା କରିଥିଲେ। ବୈଠକରେ ଜଳ କ୍ଳିଷ୍ଟ ଅଞ୍ଚଳରେ ଟ୍ୟାଙ୍କର ଯୋଗେ ଜଳ ଯୋଗାଣ କରିବାକୁ ବିଭିନ୍ନ ଶିଳ୍ପ ସଂସ୍ଥାକୁ ପରାମର୍ଶ ଦିଆଯାଇଥିଲା। ସମସ୍ତ କେନାଲରେ ପାଣି ଛଡ଼ାଯିବା, ବିଦ୍ୟୁତ୍‌ ସରବରାହ ନିରବିଚ୍ଛିନ୍ନ କରିବାକୁ ବିଭାଗୀୟ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ସମ୍ଭାବ୍ୟ ଅଂଶୁଘାତକୁ ଦୃଷ୍ଟିରେ ରଖି ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୀତତାପ ନିୟନ୍ତ୍ରିତ ୮ଟି ଶଯ୍ୟା, ସମସ୍ତ ଚିକିତ୍ସାଳୟରେ ମଧ୍ୟ ସ୍ବତନ୍ତ୍ର ଶଯ୍ୟା ପ୍ରସ୍ତୁତ ରଖାଯିବା ସହ ଆବଶ୍ୟକ ଓଆର୍‌ଏସ୍‌ ଓ ଜୀବନ ରକ୍ଷାକାରୀ ଔଷଧ ଗଚ୍ଛିତ ଥିବା ସୂଚନା ଦିଆଯାଇଥିଲା। ଗ୍ରାମାଞ୍ଚଳରେ ଜଳଛତ୍ର ଓ ସହରାଞ୍ଚଳରେ ପାନୀୟ ଜଳ କେନ୍ଦ୍ର ସାମାଜିକ ଦୂରତ୍ୱ ବଜାୟ ରଖି ଖୋଲିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ପ୍ରତି ୩ ଦିନରେ ଥରେ ପ୍ରବାସୀ ଶ୍ରମିକମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା, କାଉନସେଲିଂ କରିବା, ବଦାନ୍ୟ ବ୍ୟକ୍ତି ଓ ସାମାଜିକ କର୍ମୀ ଅନୁଷ୍ଠାନ ଦ୍ୱାରା ସ୍ବାସ୍ଥ୍ୟକର ଖାଦ୍ୟ ପ୍ରଦାନ ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହି ବୈଠକରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀଙ୍କ ସହ ବିଭିନ୍ନ ଉପଖଣ୍ଡର ଉପଜିଲାପାଳ, ବିଭାଗୀୟ ଯନ୍ତ୍ରୀ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ

ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍‌ଏସି...

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

ଶତପ୍ରତିଶତ ପରୀକ୍ଷା ଫଳ ଉପରେ ଗୁରୁତ୍ୱ: କେନ୍ଦ୍ରୀୟ ବିଦ୍ୟାଳୟ…

ଭଞ୍ଜନଗର,୧୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା କଲେଜ ପରିଚାଳନା...

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri