କରୋନା ନେଲା ହ୍ବିସିଲବ୍ଲୋୟର ଡାକ୍ତରଙ୍କ ଜୀବନ

ବେଜିଂ, ୭-୨:ଯେଉଁ କରୋନା ଭାଇରସ୍‌କୁ ନେଇ ସେ ଲୋକଙ୍କୁ ବୁଝାଇଶୁଝାଇ ସଚେତନ କରୁଥିଲେ, ଶେଷରେ ସେହି ଘାତକ ଭୂତାଣୁ ତାଙ୍କର ଜୀବନ ନେଲା। ଡାକ୍ତର ଲି ଓ୍ବେନ୍‌ଲିଆଙ୍ଗ(୩୪)ଙ୍କ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି।
ଚାଇନାରେ କରୋନା ଭାଇରସ୍‌ ସଂକ୍ରମଣରେ ମୃତ୍ୟୁସଂଖ୍ୟା ୫୬୦ ଟପିଲାଣି। ଜଣଙ୍କ ପରେ ଜଣେ ଏଥିରେ ଆକ୍ରାନ୍ତ ହୋଇ ପ୍ରାଣ ହରାଉଛନ୍ତି। ଉହାନ୍‌ କେନ୍ଦ୍ରୀୟ ହସ୍ପିଟାଲରେ ସେ ଚକ୍ଷୁ ବିଶେଷଜ୍ଞ ଭାବେ କାର୍ଯ୍ୟ କରୁଥିବା ଡାକ୍ତର ଲିଙ୍କ ସ୍ତ୍ରୀ ଏବେ ଗର୍ଭବତୀ ହେବା ସହ ସଂକ୍ରମଣରେ ଚିକିତ୍ସାଧୀନ ଅଛନ୍ତି।
ନେଇ ଭୟର ବାତାବରଣ ସୃଷ୍ଟି କରୁଥିବା ଅଭିଯୋଗରେ ପୋଲିସ ଡାକ୍ତର ଓ୍ବେନ୍‌ଲିଆଙ୍ଗଙ୍କୁ ପୂର୍ବରୁ ଅଟକ ରଖିଥିଲା। ଏହା ସତ ହେବା ପରେ ଡାକ୍ତରଙ୍କ ମୃତ୍ୟୁ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଗତ ଡିସେମ୍ବର ୩୦ରେ ଓ୍ବେନ୍‌ଲିଆଙ୍ଗ ଜଣେ ରୋଗୀଙ୍କୁ ପରୀକ୍ଷା କରି କରୋନା ଭାଇରସ୍‌ ସଂକ୍ରମଣ ହୋଇଥିବା ଦର୍ଶାଇଥିଲେ। ଓ୍ବି-ଚାର୍ଟରେ ସେ ଏହାର ଭୟାବହତା ସମ୍ପର୍କରେ ବନ୍ଧୁମାନଙ୍କୁ ସତର୍କ କରାଇଥିଲେ। ସାର୍ସଠାରୁ ଏହା ଭୟଙ୍କର ରୂପ ନେବାର ଆଶଙ୍କା ସେ କରିଥିଲେ। ଅଯଥାରେ ଆତଙ୍କ ସୃଷ୍ଟି କରୁଥିବା ଅଭିଯୋଗରେ ସାଙ୍ଗମାନଙ୍କ ସହ ଓ୍ବେନ୍‌ଲିଆଙ୍ଗ ପୋଲିସ ଦ୍ୱାରା ଅଟକ ରହିଥିଲେ। ଜୋର୍‌ ଜବରଦସ୍ତ ଲିଖିତ ଭାବେ ଭୁଲ ସ୍ବୀକାର କରିବା ଲାଗି ତାଙ୍କ ଉପରେ ଚାପ ପ୍ରୟୋଗ କରାଯାଇଥିଲା। ପରେ କରୋନାର ଆତଙ୍କକୁ କେବଳ ଚାଇନା ନୁହେଁ ବିଶ୍ୱବାସୀ ଅନୁଭବ କଲେ। ହେଲେ ଏନେଇ ବହୁ ପୂର୍ବରୁ ଧ୍ୟାନଆକର୍ଷଣ କରିଥିବା ଡାକ୍ତର ଓ୍ବେନ୍‌ଲିଆଙ୍ଗ ଶେଷରେ ଆଖିବୁଜିଲେ। ଗତ ଜାନୁୟାରୀ ୧୨ରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ଗୁରୁତର ହେବାରୁ ଆଇସିୟୁରେ ଚିକିତ୍ସା ଚାଲିଥିଲା। ଫେବୃୟାରୀ ୧ରେ ତାଙ୍କର ପଜିଟିଭ୍‌ ବାହାରିଥିଲା। ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ତାଙ୍କର ପରଲୋକ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri