କରୋନା ପଜିଟିଭ୍‌ ଚିହ୍ନଟ ପରେ ଲିଆଖାଇ ଗାଁ ସିଲ୍‌

ଚିକିଟି,୨୦ା୫(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ଲିଆଖାଇ ଗ୍ରାମକୁ ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ପ୍ରଶାସନ ସିଲ୍‌ କରିଛି। ମସ୍ତିଷ୍କ କର୍କଟ ରୋଗରେ ଭୁବନେଶ୍ୱର ଏମ୍‌ସ ହସ୍‌ପିଟାଲରେ ଚିକିତ୍ସିତ ହେଉଥିବା ଉକ୍ତ ଗ୍ରାମର ଜଣେ ବ୍ୟକ୍ତିଙ୍କ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ୍‌ ଆସିବା ପରେ ଜିଲା ପ୍ରଶାସନର ନିଷ୍ପତ୍ତି ପ୍ରକାରେ ଏପରି ପଦକ୍ଷେପ ନିଆଯାଇଥିବା ତହସିଲଦାର ହରପ୍ରସାଦ ଭୋଇ କହିଛନ୍ତି।
ପ୍ରକାଶ ଯେ, ସମ୍ପୃକ୍ତ ବ୍ୟକ୍ତି ଜଣକ ମସ୍ତିଷ୍କ କର୍କଟ ରୋଗରେ ପୀଡିତ ଥାଇ କିଛିଦିନ ହେଲା ବ୍ରହ୍ମପୁର ବଡ ମେଡିକାଲ ଓ କେତେକ ବେସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିଲେ। ସପ୍ତାହ ତଳେ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ଏମ୍‌ସ୍‌ ହସ୍‌ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ରିପୋର୍ଟ ପଜିଟିଭ୍‌ ଆସିବାପରେ ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଅପରାହ୍ନରେ ଚିକିଟି ବିଡିଓ ଫାଲୁଗୁନି ମାଝି, ତହସିଲ୍‌ଦାର ହରପ୍ରସାଦ ଭୋଇ ପ୍ରମୁଖ କ.ନୂଆଗଁା ପୋଲିସ ସହ ଉକ୍ତ ଗଁାରେ ପହଞ୍ଚତ୍ ସିଲ୍‌ କରିଛନ୍ତି। ଉକ୍ତ ବ୍ୟକ୍ତିଙ୍କ ଘରେ ତାଲା ପଡିଥିବାବେଳେ ପାଖ ପଡୋଶୀଙ୍କ ଠାରୁ ରିପୋର୍ଟ ସଂଗ୍ରହ କରାଯାଇଛି। ସେ କିଭଳି କରୋନା ସଂକ୍ରମିତ ହେଲେ ସେ ନେଇ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?