କରୋନା ପରେ ଡରାଇଲାଣି ଇବୋଲା

କିନସାସା,୨।୬: ବିଶ୍ୱରେ ଏବେ କରୋନା ସଂକ୍ରମଣ ଚିନ୍ତାର କାରଣ ପାଲଟିଥିବା ବେଳେ ଏବେ ଆଫ୍ରିକାବାସୀଙ୍କ ପାଇଁ ବୋଝ ଉପରେ ନଳିତା ବିଡା ସାଜିଲାଣି ଇବୋଲା ଭାଇରସ। ଆଫ୍ରିକାରେ ଏବେସୁଦ୍ଧା ଦେଢ ଲକ୍ଷରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୬ହଜାର ଲୋକଙ୍କର ଏଥିରେ ମୃତ୍ୟୁ ହେଲାଣି। ଖାଦ୍ୟାଭାବ, ଲୋକଷ୍ଟ ପ୍ଲେଗ ଓ କରୋନା ଭଳି ମହାମାରୀର ସାମ୍ନା କରିଥିବା ଆଫ୍ରିକା ଏବେ ଇବୋଲା କବଳରେ। ଏଠାରେ ଇବୋଲା ପୁଣିଥରେ ଫେରିଛି ବୋଲି ଜଣାପଡିଛି। ଡେମୋକ୍ରେଟିକ ରିପ୍ଲିକ ଅଫ୍‌ କଙ୍ଗୋ(ଡିଆର୍‌ସି)ରେ ଇବୋଲା ଭାଇରସ ସଂକ୍ରମଣ ହୋଇଥିବା ଜଣାପଡିଛି। ନିକଟରେ ଏହି ଦେଶରୁ ଇବୋଲା ସଂକ୍ରମଣ ରୋଗୀଙ୍କୁ ଚିହ୍ନଟ କରାଯାଇଥିଲା। ହେଲେ ପୂର୍ବରୁ ଯେଉଁଠି ଏହି ଭୂତାଣୁ ସଂକ୍ରମିତ ହୋଇଥିଲା ଏହାଠାରୁ ପ୍ରାୟ ୧ହଜାର କିଲୋମିଟର ଦୂରରେ ଏଥର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା କୁହାଯାଇଛି। କଙ୍ଗୋର ସ୍ବାସ୍ଥ୍ୟମନ୍ତ୍ରୀ ଇଟିନି ଲୌଙ୍ଗେଡା କହିଛନ୍ତି ଉତ୍ତରପୂର୍ବ ରାଜ୍ୟ ମ୍ବାନଡାକାରେ ଇବୋଲା ସଂକ୍ରମଣରେ ଏବେସୁଦ୍ଧା ୪ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି। ତେବେ ପ୍ରଭାବିତ ଅଞ୍ଚଳକୁ ଔଷଧ ଓ ଡାକ୍ତରୀ ଦଳ ପଠାଯାଇଥିବା ସେ କହିଛନ୍ତି। ଡେମୋକ୍ରେଟିକ ରିପ୍ଲିକ ଅଫ୍‌ କଙ୍ଗୋ ଆଗକୁ ଇବୋଲା ମହାମାରୀର ଶେଷ ହୋଇଛି ବୋଲି ଘୋଷଣା କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏବେ ପୁଣି ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଚିନ୍ତାର କାରଣ ପାଲଟିଛି। ନ୍ୟୁୟର୍କ ଟାଇମ୍ସରେ ପ୍ରକାଶିତ ଏକ ଖବର ଅନୁଯାୟୀ, କଙ୍ଗୋର ଦକ୍ଷିଣରେ ଥିବା ସହର ଗୁଡିକରେ ଇବୋଲା ଭାଇରସ ସଂକ୍ରମଣର ନୂଆ ମାମଲା ସାମ୍ନାକୁ ଆସୁଛି। ପୂର୍ବରୁ ଉତ୍ତର କଙ୍ଗୋରେ ଇବୋଲା ସଂକ୍ରମଣ ଦେଖାଯାଉଥିବା ବେଳେ ଏବେ ଏହା ଏତେଦୂର କିପରି ବ୍ୟାପିଲା ତାହା ଉପେର ଗବେଷଣା ଆରମ୍ଭ କରାଯାଇଛି। ସୂଚନାଯୋଗ୍ୟ, କଙ୍ଗୋରେ ଏବେ କରୋନା ସଂକ୍ରମଣ ପାଇଁ ଲକ୍‌ଡାଉନ ଚାଲିଥିବା ବେଳେ ସେଠାରେ ୩୦୦୦ରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି ଓ ୭୧ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri