କରୋନା ପାଇଁ ଖୋଲିଲା କଣ୍ଟ୍ରୋଲ୍‌ ରୁମ୍‌

କଟକ ଅଫିସ, ୮।୩: କରୋନା ଭୁତାଣୁର ମୁକାବିଲା କରିବା ପାଇଁ କଟକ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଶନିବାର ଅପରାହ୍ନରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମାର୍ଗଦର୍ଶିକା ସମ୍ପର୍କରେ ଆଲୋଚନା ହୋଇଥିଲା। ଜିଲାପାଳ ଭବାନୀ ଶଙ୍କର ଚୟନୀ ଅଧ୍ୟକ୍ଷତା କରିଥିଲେ। ଜିଲାରେ ସମ୍ଭାବ୍ୟ କରୋନା ଭୁତାଣୁର ମୁକାବିଲା ଓ ସତର୍କତା ଅବଲମ୍ବନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯିବା ସହ ଜନସଚେତନତା ସୃଷ୍ଟି କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏଥିପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ କଣ୍ଟ୍ରୋଲ୍‌ ରୁମ୍‌ ଏବଂ ହେଲ୍ପଲାଇନ୍‌ ନମ୍ବର ୦୬୭୧-୨୩୦୫୭୮୧ ସକାଳ ୮ଟାରୁ ରାତି ୮ଟା ପର୍ଯନ୍ତ କାର୍ଯ୍ୟ କରୁଛି। ଜିଲାରେ ବର୍ତ୍ତମାନ ସୁଦ୍ଧା କେହି କରୋନା ଭୁତାଣୁରେ ଆକ୍ରାନ୍ତ ହୋଇ ନ ଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସତ୍ୟବ୍ରତ ଛୋଟରାୟ ସୂଚନା ଦେଇଥିଲେ। କରୋନାରୁ ରକ୍ଷା ପାଇବା ପାଇଁ ସଚେତନତା ସ୍ବରୁପ ସାବୁନରେ ଭଲ ଭାବରେ ହାତ ଧୋଇବା, କାଶ ଓ ଛିଙ୍କ ସମୟରେ ନାକ ଏବଂ ମୁହଁକୁ ରୁମାଲ କିମ୍ବା ଟିସୁ ପେପର ଦ୍ୱାରା ଘୋଡାଇ ରଖିବା, ଜ୍ୱର, କାଶ କିମ୍ବା ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କଲେ ଡାକ୍ତରଙ୍କ ପରାମର୍ଶ ନେବା, ଡାକ୍ତଖାନାକୁ ଯିବା ସମୟରେ ମାସ୍କ ବ୍ୟବହାର କରିବା, ଜନଗହଳି ସ୍ଥାନଠାରୁ ନିଜକୁ ଦୁରେଇ ରଖିବା ଓ ଶିକ୍ଷାନୁଷ୍ଠାନଗୁଡିକ ଛାତ୍ରୀଛାତ୍ରଙ୍କୁ ସଚେତନତା କରିବା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଗ୍ରାମାଞ୍ଚଳରେ ମହିଳା ଶିଶୁ ବିକାଶ ବିଭାଗ, ପଞ୍ଚାୟତିରାଜ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ରାଜସ୍ବ ବିଭାଗ ଏବଂ ସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ସମ୍ମନ୍ବୟ ରକ୍ଷାକରି ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲାପାଳ ପରାମର୍ଶ ଦେଇଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ ବିଜୟ କୁମାର ଖଣ୍ଡାୟତରାୟ, ପୂର୍ଣ୍ଣଚନ୍ଦ୍ର ମିଶ୍ର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସତ୍ୟବ୍ରତ ଛୋଟରାୟ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri