କରୋନା ପାଇଁ ପୁଣି ବାଜିଲା ସତର୍କ ଘଣ୍ଟି

ଭୁବନେଶ୍ୱର, ୨୮।୩ (ବ୍ୟୁରୋ): କିଛି ଦିନର ବ୍ୟବଧାନ ପରେ ସମଗ୍ର ଦେଶରେ ପୁଣି ଥରେ କୋଭିଡ୍‌ ସଂକ୍ରମଣ ବଢିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ଏବେଠାରୁ ସତର୍କ ରହିବା ପାଇଁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏଥିସହ ବେଡ୍‌ ଓ ଅକ୍ସିଜେନ୍‌ ପ୍ରସ୍ତୁତ ରଖିବା ପାଇଁ ସବୁ ମେଡିକାଲ କଲେଜ ଅଧୀକ୍ଷକ, ସିଡିଏମ୍‌ଓଙ୍କୁ ସୋମବାର ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଚିଠି କରିଛନ୍ତି। କଟକ ଏସ୍‌ସିବି, ବ୍ରହ୍ମପୁର ଏମ୍‌କେସିଜି, ବୁର୍ଲା ଭିମ୍‌ସାର୍‌ ଏବଂ କୋରାପୁଟ ଏସ୍‌ଏଲ୍‌ଏନ୍‌ଏମ୍‌ସିଏଚ୍‌ ମେଡିକାଲ କଲେଜରେ ୨୦ଟି ବେଡ୍‌ ଓ ୨ଟି ଆଇସିୟୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଜିଲା ଓ ସିଏଚ୍‌ସିରେ ୧୦ଟି ବେଡ୍‌ ଓ ଆନୁସଙ୍ଗିକ ବ୍ୟବସ୍ଥା ସହିତ ସବୁଠାରେ ଅକ୍ସିଜେନ୍‌ ସିଲିଣ୍ଡର ଓ କନ୍‌ସେନ୍‌ଟ୍ରେଟର୍‌ ପ୍ରସ୍ତୁତ ରଖିବାକୁ କୁହାଯାଇଛି। ଏହାବାଦ୍‌ ଟେଷ୍ଟିଂକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ମେଡିକାଲ କଲେଜ, ଜିଲା ଓ ସିଏଚ୍‌ସିରେ ଟେଷ୍ଟିଂ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି। କାଭିଡ୍‌ ପରିଚାଳନା ପାଇଁ ରାଜ୍ୟ କେତେ ପ୍ରସ୍ତୁତ ରହିଛି ତାହା ଜାଣିବା ପାଇଁ ଏପ୍ରିଲ ୧୦ ଓ ୧୧ରେ ରାଜ୍ୟବ୍ୟାପୀ ମକ୍‌ ଡ୍ରିଲ୍‌ ହେବ। ଅପରପକ୍ଷେ ସମସ୍ତ ଲକ୍ଷଣଯୁକ୍ତଙ୍କ କୋଭିଡ୍‌ ଟେଷ୍ଟ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri