କରୋନା ପ୍ରଭାବ: ଚଢ଼ା ଦର ନେଉଛନ୍ତି ବ୍ୟବସାୟୀ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ, ଦର ନିୟନ୍ତ୍ରଣ କରିବାକୁ ଦାବି

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନାର ମୁକାବିଲା ପାଇଁ ରାଜ୍ୟ ସରକାର ସମଗ୍ର ରାଜ୍ୟକୁ ମଙ୍ଗଳବାର ମଧ୍ୟରାତ୍ରରୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ମହାମାରୀର କୌଣସି ପ୍ରତିକାର ନ ଥିବାରୁ ଲୋକମାନେ ନିଜର ତଥା ପରିବାର ବର୍ଗଙ୍କ ଜୀବନ ବଞ୍ଚାଇବା ପାଇଁ ପଦାକୁ ନ ବାହାରିବା ସକାଶେ ରାଜ୍ୟ ସରକାର ବାରମ୍ବାର ନିବେଦନ କରୁଛନ୍ତି। ଦୋକାନ ବଜାର ବନ୍ଦ ରହିଥିବା ବେଳେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ତେଜରାତି, ଫଳ, ପନିପରିବା, ମାଛ, ମାଂସ, ଅଣ୍ଡା, ଚିକେନ୍‌, ଔଷଧ ଆଦି ଦୋକାନ ଖୋଲା ରହିଛି। କାଁ ଭାଁ ତେଜରାତି ଦୋକାନ ଖୋଲା ରହିଥିବା ବେଳେ ଏ ସବୁ ଦୋକାନରେ ଅହେତୁକ ଭିଡ଼ ଦେଖିବାକୁ ମିଳୁଛି। ଲକ୍‌ଡାଉନ୍‌ର ସୁଯୋଗ ନେଇ ଗ୍ରୋସରୀ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ଦୋକାନଗୁଡିକ ଚଢ଼ା ଦରରେ ବିକ୍ରି କରିବା ଆରମ୍ଭ କରିଛନ୍ତି।
ହୋଲ୍‌ସେଲ୍‌ ବଜାରରେ ଆଳୁ କିଲୋ ୧୪ରୁ ୧୫ ଟଙ୍କା ମଧ୍ୟରେ ମିଳୁଥିବା ବେଳେ ଦୁର୍ନୀତିଖୋର ବ୍ୟବସାୟୀମାନେ କିଲୋ ପ୍ରତି ୩୦ ଟଙ୍କାରେ ବିକ୍ରି କରୁଛନ୍ତି। ସେହିପରି ପିଆଜର ହୋଲ୍‌ସେଲ୍‌ ଦର ୨୦ରୁ ୨୨ ଟଙ୍କା ଥିବାବେଳେ ଖୁଚୁରା ବ୍ୟବସାୟୀମାନେ ଲକ୍‌ଡାଉନ୍‌ର ସୁଯୋଗ ନେଇ କିଲୋପ୍ରତି ୪୦ ଟଙ୍କାରେ ବିକ୍ରି କରୁଛନ୍ତି। ଗୋଟିଏ ପଟେ କାମଧନ୍ଦା ବନ୍ଦ ଥିବାବେଳେ ଅନ୍ୟପଟେ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ମୂଲ୍ୟ ବୃଦ୍ଧି ସାଧାରଣ ଗରିବ ଓ ଦିନମଜୁରିଆ ଲୋକଙ୍କ ପାଇଁ ବଡ଼ ସମସ୍ୟା ସୃଷ୍ଟି କରିଛି। କେବଳ ଆଳୁ, ପିଆଜ ନୁହେଁ ଡାଲି, ତେଲ, ପନିପରିବା ଆଦିର ଦର ମଧ୍ୟ ଆକାଶଛୁଆଁ ହୋଇଛି। ଲକ୍‌ଡାଉନ୍‌ ଯୋଗୁ କୌଣସି ମାଲ ଆସୁ ନ ଥିବା ଆଳ ଦେଖାଇ ବ୍ୟବସାୟୀମାନେ ଚଢ଼ା ଦରରେ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା ଜଣାପଡ଼ିଛି। ଏହାକୁ ନେଇ ସାଧାରଣରେ ପ୍ରବଳ ଜନ ଅସନ୍ତୋଷ ଦେଖାଦେଇଛି। ରାଜ୍ୟ ସରକାର ଏହି ଅସାଧୁ ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୮୦ଟି ବ୍ୟାଙ୍କ ଆକାଉଣ୍ଟ ଜବତ, ୧୧ ଗିରଫ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri