କରୋନା ପ୍ରଭାବ: ମା’ ତାରାତାରିଣୀ ପୀଠ ଖାଁ ଖାଁ

ପୁରୁଷୋତ୍ତମପୁର, ୧୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଦ୍ୱିତୀୟ ପାଳି ଯାତ୍ରା ଜନଶୂନ୍ୟ ହୋଇପଡିଛି। କରୋନା ଭାଇରସକୁ ନେଇ ମନ୍ଦିର ଖାଁ ଖାଁ ହୋଇପଡିଛି। ମା’ ତାରାତାରିଣୀ ଦୁଇ ଭଉଣୀ ମହାଲକ୍ଷ୍ମୀ ବେଶରେ ସଜ୍ଜିତ ହୋଇଛନ୍ତି। ମାତ୍ର ପ୍ରଶାସନର ଅଙ୍କୁଶ ଯୋଗୁ ଭକ୍ତମାନେ ମା’ଙ୍କ ଦର୍ଶନ କରିପାରି ନାହାନ୍ତି। ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡ୍ଡୀଙ୍କ ତତ୍ତ୍ୱାବଧାନରେ ସେବାୟତ ବାପୁଜୀ ରଣାଙ୍କ ସମେତ ଅନ୍ୟ ସେବାୟତମାନେ ରାତ୍ର ୩ଟାରୁ ପରମ୍ପରା ଅନୁସାରେ ପୂଜାର୍ଚ୍ଚନା ଆରମ୍ଭ କରିଥିଲେ। ମଙ୍ଗଳ ଆଳତି, ଅବକାଶ ବେଶ, ମଇଲମ ଲାଗି, ତଡପ ଲାଗି, ମାଜଣା, ଅଭିଷେକ, ଶ୍ରୀଅଙ୍ଗ ପୋଛା, ସିଙ୍ଗାର, ଚନ୍ଦନ ଲାଗି, ମହାଆଳତି ହୋଇ ଦୁଇ ଭଉଣୀଙ୍କୁ ମହାଲକ୍ଷ୍ମୀ ବେଶରେ ସଜ୍ଜିତ କରାଯାଇ ସକାଳ ୬.୩୦ରେ ସାହାଣମେଲା ହୋଇଥିଲା। ଦୂରଦୂରାନ୍ତରୁ ମାନସିକଧାରୀମାନେ ନିଜ ନିଜର ଛୋଟ ଛୋଟ ଶିଶୁଙ୍କୁ ମୁଣ୍ଡନ ଲାଗି ଆସିଥିଲେ, ମାତ୍ର ପୋଲିସ ପକ୍ଷରୁ ବିଭିନ୍ନ ପ୍ରବେଶ ପଥକୁ ସିଲ କରି ଦିଆଯାଇଥିବା ବେଳେ ଭକ୍ତଙ୍କୁ ଛଡାଯାଇ ନ ଥିଲା। ଫଳରେ ଦୂରଦୂରାନ୍ତରୁ ଆସିଥିବା ଭକ୍ତମାନେ ଲୁଚା ଛପାରେ ତୋଟା ମୂଳରେ, ନଦୀ ତଟରେ ନିଜ ନିଜର ଶିଶୁଙ୍କୁ ମୁଣ୍ଡନ କରାଇଥିଲେ। ଏହାକୁ ନେଇ ପ୍ରଶାସନ ବିଭିନ୍ନ ସ୍ଥାନରେ ଖାନ୍‌ତଲାସ କରିଛି । ଅତିରିକ୍ତ ଏସ୍‌ପି ଠାକୁର ପ୍ରସାଦ ପାତ୍ର, ପୁରୁଷୋତ୍ତମପୁର ଏସଡିପିଓ ସୀମା ସ୍ବାଇଁ, ଥାନା ଆଇଆଇସି ଜଗନ୍ନାଥ ମଲ୍ଲିକ ପ୍ରମୁଖ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ବେହାଲ ବରଗଡ଼ ସହର, ତଳି ଅଞ୍ଚଳ ଜଳମଗ୍ନ

ବରଗଡ଼,୬।୭,(ପ୍ରେମାନନ୍ଦ ଖମାରୀ): ବିିକଶିତ ବରଗଡ଼ ଲକ୍ଷ୍ୟ ନେଇ ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହୋଇଛି। ସେଠାରେ ଡ୍ରେନ ନିର୍ମାଣ କରାଯାଇଛି। କେଉଁଠି ଡ୍ରେନ ନିର୍ମାଣ ସରିଛି ତ ଆଉ…

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri