କରୋନା ପ୍ରଭାବ: ୫୦ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବ ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ,୨୭।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଦିନକୁ ଦିନ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ କରୋନା ଭାଇରସ୍‌ରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ୭୦୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଏଥିରେ ୧୬ଜଣଙ୍କ ମୃତ୍ୟୁ ହୋଇସାରିଛି। କରୋନାକୁ ନେଇ ଏବେ ସାରା ଦେଶ ଚିନ୍ତିତ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛି। ସତର୍କତା ଦୃଷ୍ଟିରୁ ନିଜର ୫୦ଜଣ କର୍ମଚାରୀଙ୍କୁ ଆର୍‌ବିଆଇ କ୍ୱାରାଣ୍ଟାଇନ୍‌ରେ ରଖିବ। ଏନେଇ ଆର୍‌ବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ଘୋଷଣା କରିଛନ୍ତି। ସେକହିଛନ୍ତି, କରୋନାକୁ ନେଇ ଆମେ ଗମ୍ଭୀର ଅଛୁ ଯେପରି କୌଣସି ପ୍ରକାରର ବିପଦ ନ ଘଟେ ସେଥିପ୍ରତି ଆମେ ସଜାଗ ରହିଛୁ। ତେଣୁ ସତର୍କତା ଅବଲମ୍ବନ କରି ୫୦ଜଣ କର୍ମଚାରୀଙ୍କୁ ଅଫିସ୍‌ରେ କ୍ୱାରାଣ୍ଟାଇନ୍‌ରେ ରଖାଯିବ। ଏହି ସମୟରେ ସେମାନେ ନିଜ ପରିବାର କିମ୍ବା କୌଣସି ବାହାର ବ୍ୟକ୍ତିଙ୍କୁ ଭେଟିପାରିବେ ନାହିଁ। କାରଣ ଆର୍‌ବିଆଇର ଯଦି ଜଣେ ବ୍ୟକ୍ତି ସଂକ୍ରମିତ ହୁଅନ୍ତି ତେବେ ସମସ୍ତ କର୍ମଚାରୀଙ୍କୁ ଯାଞ୍ଚ କରାଯାଇ ଆଇସୋଲେଶନ୍‌ରେ ରଖାଯିବ। ଏହାପରେ ଦେଶରେ ସମସ୍ତ ବ୍ୟାଙ୍କ ସମ୍ବନ୍ଧୀୟ କାର୍ଯ୍ୟରେ ବାଧାସୃଷ୍ଟି ହେବ। ତେବେ ବ୍ୟାଙ୍କ କାର୍ଯ୍ୟ ପ୍ରଭାବିତ ନ ହେବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ଶକ୍ତିକାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri