Posted inଜାତୀୟ

କରୋନା ବିଶ୍ୱ ମହାମାରୀ ଘୋଷିତ

ନୂଆଦିଲ୍ଲୀ,୧୨ା୩: କରୋନଜନିତ ମୃତ୍ୟୁସଂଖ୍ୟା ବୁଧବାର ୪୩୦୦ ଅତିକ୍ରମ କରିଥିବାବେଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏହାକୁ ବିଶ୍ୱ ମହାମାରୀ ଘୋଷଣା କରିଛି। ସାରା ପୃଥିବୀରେ କରୋନା ଭୂତାଣୁ ସଂକ୍ରମଣକୁ ନେଇ ଆମେ ଗଭୀର ଭାବେ ଚିନ୍ତିତ ବୋଲି ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଟେଡ୍ରୋସ୍‌ ଆଧାନୋମ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ଚାଇନାର ଉହାନରୁ ଆରମ୍ଭ ହୋଇଥିବା କୋଭିଡ୧୯ ଏବେ ଏକାଧିକ ମହାଦେଶକୁ ସଂକ୍ରମିତ ହୋଇଛି। ଏଥିରେ ସାରା ବିଶ୍ୱର ୧,୨୧,୭୩୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏଭଳି ସ୍ଥିତିରେ ଏହାକୁ ହେୟ ମନେକରିବା ସାଂଘାତିକ ହେବ ବୋଲି ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ କୁହାଯାଇଛି। ଏକ ଭୂତାଣୁଜନିତ ସଂକ୍ରମଣ ବିଶ୍ୱ ମହାମାରୀର ରୂପ ନେବା ଆମେ ପୂର୍ବରୁ କେବେ ଦେଖାଯାଇ ନ ଥିଲା । ଏହାକୁ ନିୟନ୍ତ୍ରଣକୁ ଆଣିବା ଲାଗି ତୁରନ୍ତ ପଦକ୍ଷେପ ନେବାକୁ ଆମେ ନିୟମିତ ଭାବେ ପରାମର୍ଶ ଦିଆଯାଇ ଆସୁଛି। ହସ୍ପିଟାଲଗୁଡ଼ିକୁ ପ୍ରସ୍ତୁତ ରଖିବା ସହ ସ୍ବାସ୍ଥ୍ୟକର୍ମୀମାନଙ୍କୁ କରୋନା ନିରାକରଣ ସମ୍ପର୍କରେ ତାଲିମ ଦେବାକୁ ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଆହ୍ବାନ ଦେଇଛନ୍ତି। ଚାଇନାରେ ୩୧୫୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଇଟାଲୀରେ ୬୩୧, ଇରାନରେ ୩୫୪, ଦକ୍ଷିଣ କୋରିଆରେ ୬୦ ଓ ଫ୍ରାନ୍ସରେ ୩୩ ଜଣଙ୍କ ମୁଣ୍ଡ ନେଇସାରିଛି ଏହି ଘାତକ ଭୂତାଣୁ। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦ ଟପିଥିବାବେଳେ କର୍ନାଟକର କାଲବୁର୍‌ଗୀରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ଓ ରାଜ୍ୟ ସରକାରଗୁଡ଼ିକ ପକ୍ଷରୁ ତତ୍ପରା ପ୍ରକାଶ ପାଇଛି। ସ୍ବାସ୍ଥ୍ୟ ପରୀକ୍ଷା ସହ ଜନସଚେତନତା ଉପରେ ସବୁ ମହଲରେ ଗୁରୁତ୍ୱ ଦିଆଯାଉଛି।
କରୋନା ସଂକ୍ରମଣ ରୋକିବା ଲାଗି ଭାରତ ସରକାର ଏପ୍ରିଲ ୧୫ ପର୍ଯ୍ୟନ୍ତ ସମସ୍ତ ପର୍ଯ୍ୟଟନ ଭିଜାକୁ ସ୍ଥଗିତ ରଖିଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀଗୋଷ୍ଠୀ ବୈଠକ ବସି ଏଭଳି ନିଷ୍ପତ୍ତି ନିଆଯାଇଛି। କୂଟନୈତିକ, ସରକାରୀ, ଜାତିସଂଘ/ଅର୍ନ୍ତଜାତୀୟ ସଂଗଠନ, ନିଯୁକ୍ତି ଓ ପ୍ରକଳ୍ପ ଭିଜାକୁ ବାଦ୍‌ ଦେଲେ ଅନ୍ୟ ସମସ୍ତ ଭିଜା ସ୍ଥଗିତ ରଖାଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଚାଇନା, ଇଟାଲୀ, ଇରାନ, ଦକ୍ଷିଣ କୋରିଆ, ଜାପାନ, ସ୍ପେନ୍‌ ଓ ଜର୍ମାନୀରୁ ଫେରୁଥିବା ଭାରତୀୟ କିମ୍ବା ବିଦେଶୀଙ୍କୁ ଅନୂ୍ୟନ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

ଟିମ ଇଣ୍ଡିଆକୁ ବଡ଼ ଝଟକା; ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରୁ ବାଦ ପଡ଼ିଲେ…

ନୂଆଦିଲ୍ଲୀ,୨।୮: ଭାରତୀୟ ଦଳ ଅଗଷ୍ଟ ୪ରେ ଶ୍ରୀଲଙ୍କା ଯିବାର ସମ୍ଭାବନା ଅଛି। ଏହି ଗସ୍ତ ସମୟରେ ଦୁଇ ଦଳ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଆସିଲା ବଡ଼ ଖବର? ଟ୍ରେଡ ଡିଲକୁ ନେଇ ମୁହଁ ଖୋଲିଲା ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨।୮: ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବହୁତ ଆଶା ରଖିଥିଲା, ତେଣୁ ଫ୍ରାଞ୍ଚାଇଜ ରୋହିତ ଶର୍ମାଙ୍କ ସ୍ଥାନରେ ଅଲରାଉଣ୍ଡରଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ରୋହିତଙ୍କ ନେତୃତ୍ୱରେ,…

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri