କରୋନା ବୀରଙ୍କୁ ଧନ୍ୟବାଦ ଜଣାଇଲେ ନେତା, ଅଫିସର

ଭୁବନେଶ୍ୱର,୨୩।୩(ବ୍ୟୁରୋ): ବିଶ୍ୱରେ ଦେଖାଦେଇଥିବା ମହାମାରୀ କରୋନା ରୋଗର ମୁକାବିଲା ପାଇଁ ସବୁଆଡେ ସଚେତନତା ଦେଖିବାକୁ ମିଳିଛି। ସରକାରଙ୍କ ନିର୍ଦ୍ଦେଶକୁ ସାଧାରଣ ଲୋକମାନଙ୍କ ସମ୍ପୂର୍ଣ୍ଣ ସମର୍ଥନ ମିଳୁଛି। କରୋନା ବିପକ୍ଷରେ ଲଢୁଥିବା ବୀରମାନେ ଅର୍ଥାତ୍‌ ଜରୁରୀ ସେବାରେ ନିୟୋଜିତ ବ୍ୟକ୍ତିମାନଙ୍କୁ ମଧ୍ୟ ପୂରା ଦେଶ ରବିବାର ଅପରାହ୍ନ ୫ଟା ସମୟରେ ଅଭିବାଦନ ଜଣାଇଛି। ଅତ୍ୟାବଶ୍ୟକ ସେବା ଯୋଗାଉଥିବା ଡାକ୍ତର, ନର୍ସ, ପୋଲିସ, ସଫେଇ କର୍ମଚାରୀ ଏବଂ ଗଣମାଧ୍ୟମ ପ୍ରତିନିଧିଙ୍କ ଉଦ୍ଦେଶ୍ୟରେ ୫ମିନିଟ ଘଣ୍ଟି, ଥାଳି, ତାଳି, ଶଙ୍ଖ ବଜାଇ ଧନ୍ୟବାଦ ଜଣାଇଛନ୍ତି। ନବୀନ ନିବାସ ଛାତ ଉପରେ ଠିଆ ହୋଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଳି ମାରି ଧନ୍ୟବାଦ ଜଣାଇଥିଲେ। ଏହାସହ ସେ ବେଲଣା ବାଡ଼ିରେ ଥାଳି ବାଡ଼ଉଥିବା ଦେଖିବାକୁ ମିଳିଥିଲା। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ୫-ଟି ସଚିବ ଭି.କେ. ପାଣ୍ଡିଆନ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ସୁବ୍ରତ ବାଗ୍‌ଚୀ, ଓଡ଼ିଶା ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ପ୍ରମୁଖ ଲୋକସେବା ଭବନ ପ୍ରବେଶ ଦ୍ୱାରଠାରେ ଠିଆହୋଇ ତାଳି ସାଙ୍ଗକୁ ଘଣ୍ଟି ବଜାଇଥିଲେ। ସେହିପରି ଅନ୍ୟ ମନ୍ତ୍ରୀ, ବିଧାୟକମାନେ ମଧ୍ୟ ନିଜ ନିଜ ବାସଭବନରେ ତାଳି, ଘଣ୍ଟି ଏବଂ ଶଙ୍ଖ ବଜାଇ ଧନ୍ୟବାଦ ଜଣାଉଥିବାର ଦେଖିବାକୁ ମିଳିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପରିବାର ସହ ଏକାଠି ତାଳି ଓ ଘଣ୍ଟି ବଜାଇଥିଲେ। ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ମଧ୍ୟ ଘଣ୍ଟି ବଜାଇ ଧନ୍ୟବାଦ ଜ୍ଞାପନ କରିଛନ୍ତି। ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ମଧ୍ୟ ନିଜ ଝିଅ ସହ ଏକ ବ୍ୟାନର ଧରି ଜରୁରୀ ସେବା ଯୋଗାଉଥିବା ଡାକ୍ତର, ପୋଲିସ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସାଧାରଣ ଲୋକମାନଙ୍କୁ ମଧ୍ୟ ସବୁ ସ୍ଥାନରେ ଘଣ୍ଟ ବାଡ଼ଉଥିବାର ଦେଖିବାକୁ ମିଳିଛି। ନିଜ ନିଜର ଘର ଛାତ ଉପରେ, ବାଲକୋନୀ ଏବଂ ଘର ଦୁଆର ମୁହଁରେ ଠିଆହୋଇ ଲୋକମାନେ ତାଳି, ଘଣ୍ଟି, ବାସନକୁସନ ସହ ଘଣ୍ଟି, ଘଣ୍ଟ ବଜାଇବା ସହ ଶଙ୍ଖ ଫୁଙ୍କି ଜରୁରୀ ସେବାରେ ନିୟୋଜିତ ବ୍ୟକ୍ତିମାନଙ୍କୁ ସମ୍ମାନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri